୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆଉ ଏକ ଲଘୁଚାପ ଆସୁଛି । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି।
ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Share