ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍‌ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଉଛି।

ଏହି ଲଘୁଚାପ ପ୍ରଭାବରେ ୨୫ରୁ ୨୭ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

Share