୨୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ବର୍ଷା ସାମାନ୍ୟ କମିଲେ ମଧ୍ୟ ପୁନର୍ବାର ସବୁ ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବର୍ଷା ହେବ। ତେବେ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ବଧବାର ଓ ଗୁରୁବାର ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share