୨୪ ଘଣ୍ଟାରେ ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ଶୁକ୍ରବାର ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ସେସବୁ ଜିଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼ ଝାରସୁଗୁଡ଼ା ସମ୍ବଲପୁର, ବରଗଡ଼ ଜିଲାକୁ ସତର୍କ କରାଯାଇଛି।

Share