ଆସୁଛି ଆଉ ଏକ ଲଘୁଚାପ: ୧୪ରୁ ୧୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪।୯(ଅନିଲଦାସ):ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ (ଡିପ୍ରେସନ)ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଲଘୁଚାପ ଯୋଗୁ ୧୪ ରୁ ୧୬ ତାରିଖ ଯାଏ ମଧ୍ୟ ପ୍ରଦେଶ ଓ ଛତିଶଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ମହାନଦୀ ଫୁଲିଲେ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆକଳନ କରାଯାଇଛିି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଅଛି।
ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୧୩ରୁ ୧୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ଜିଲା ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri