Posted inଜାତୀୟ

କଂଗ୍ରେସକୁ ସମର୍ଥନ କଲେ ଆଉ ଜଣେ ଏମପି! ଲୋକ ସଭାରେ ୧୦୦ଛୁଇଁବ ଆସନ…

ନୂଆଦିଲ୍ଲୀ,୧୧।୬: ଲଦାଖର ସ୍ବାଧୀନ ଏମପି ମହମ୍ମଦ ହନିଫା ଜାନ ମଙ୍ଗଳବାର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଗେର୍ର୍ଙ୍କୁ ଭେଟିଛନ୍ତି। ହନିଫା ଏବଂ ଖାର୍ଗେଙ୍କ ଫଟୋକୁ କଂଗ୍ରେସ ଏହାର ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଶେୟାର କରିଛି। ଏହି ଫଟୋରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଳ ମଧ୍ୟ ନଜର ଆସିଛନ୍ତି। ହନିଫା ଏବଂ ଖାର୍ଗେଙ୍କ ବୈଠକ ପରେ ଲଦାଖର ସ୍ବାଧୀନ ଏମପି ହନିଫା କଂଗ୍ରେସ ସହ ହାତ ମିଳାଇବାକୁ ଯାଉଛନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

ତେବେ ମହମ୍ମଦ ହନିଫାଙ୍କୁ କଂଗ୍ରେସ ସମର୍ଥନ କରିବ ବୋଲି ମଧ୍ୟ ଆଲୋଚନା ହେଉଛି। ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ଦୁଇ ଏମପିଙ୍କ ସମର୍ଥନ ପାଇ ସାରିଛନ୍ତି। ପୁର୍ନିଆର ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ପପୁ ଯାଦବ ସୋମବାର ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟି କଂଗ୍ରେସକୁ ସମର୍ଥନ ଜଣାଇଛନ୍ତି। ସେହିପରି ମହାରାଷ୍ଟ୍ରର ସାଙ୍ଗଲି ଲୋକ ସଭା ଆସନରୁ ସ୍ବାଧୀନ ଭାବେ ଜିତିଥିବା ବିଶାଲ ପାଟିଲ ମଧ୍ୟ କଂଗ୍ରେସ ଦଳକୁ ସମର୍ଥନ କରିଛନ୍ତି। ତେବେ ଚଳିତ ନିର୍ବାଚନରେ କଂଗ୍ରେସ ୯୯ଟି ଆସନ ପାଇଥିବାବେଳେ ଦୁଇ ଏମପିଙ୍କ ସମର୍ଥନ ପାଇଲେ ଲୋକ ସଭାରେ ଦଳ ୧୦୦ଟପିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri