Posted inଜାତୀୟ

ଆସୁଛି ଆଉ ଏକ ଘୂର୍ଣ୍ଣିଝଡ଼! ୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୪।୧୦: ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜୁରାଟ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ବିହାର ଏବଂ ଝାଡ଼ଖଣ୍ଡର କିଛି ଅଂଶରୁ ଫେରିଯିବାର ସମ୍ଭାବନା ରହିଛି। ତେବେ ଅନେକ ରାଜ୍ୟରେ ବିଶେଷ କରି ଦକ୍ଷିଣ ଉପଦ୍ୱୀପ ଭାରତରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି।
ଏହି ସମୟ ମଧ୍ୟରେ ପୁଣି ଥରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ଏହି ନିମ୍ନ ଚାପ ଏକ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ଘୂର୍ଣ୍ଣିବଳୟ ପାଖେଇ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ ଗୃହମନ୍ତ୍ରୀ ଗୃହ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ବାପାଟଲା, ପ୍ରକାଶମ, ନେଲୋର, କୁର୍ନୁଲ ଏବଂ ନନ୍ଦିଆଲା ଭଳି ଅନେକ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟର ପ୍ରଭାବ ପଶ୍ଚିମବଙ୍ଗରୁ ବିହାର ପର୍ଯ୍ୟନ୍ତ ଦେଖାଯିବ ବୋଲି କହିଛି ପାଣିପାଗ ବିଭାଗ।

ଦକ୍ଷିଣ ରାଜ୍ୟଗୁଡିକ ପାଇଁ ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଅକ୍ଟୋବର ୧୫ପର୍ଯ୍ୟନ୍ତ ତାମିଲନାଡୁ ଏବଂ ପୁଡୁଚେରୀରେ, ଆସନ୍ତା ୬ ଦିନରେ କେରଳରେ ଏବଂ ଅକ୍ଟୋବର ୧୪ରୁ ୧୬ ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ। ଅକ୍ଟୋବର ୧୪ ପର୍ଯ୍ୟନ୍ତ କର୍ନାଟକରେ ମଧ୍ୟ ବର୍ଷା ହେବ। ତାମିଲନାଡୁ ଏବଂ କେରଳରେ ୧୪ ଏବଂ ୧୫ ଅକ୍ଟୋବରରେ ପ୍ରବଳ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ

ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ...

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା...

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ...

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri