ଦିନକ ବ୍ଯବଧାନରେ ପୁଣି ଏକ ଦନ୍ତାର ମୃତ୍ଯୁ, ବିଦ୍ଯୁତଘାତ ସନ୍ଦେହ

ସମ୍ବଲପୁର, ୨୯।୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଦିନକ ବ୍ଯବଧାନରେ ପୁଣି ଏକ ହାତୀର ମୃତ୍ୟୁ ଖବର ମିଳିଛି। ସମ୍ବଲପୁର ସଦର ରେଞ୍ଜ ଯାଦୁଲୁଇସିଂ ନିକଟ ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ତେବେ ବିଦ୍ଯୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ଯୁ ହୋଇଥିବା ଅଭିଯୋଗ ହୋଇଛି। ମାତ୍ର ହାତୀ ମୃତ୍ଯୁର ପ୍ରକୃତ କାରଣ ଜଣା ପଡ଼ିନାହିଁ।

ମୃତ ହାତୀଟି ୨୦ ବର୍ଷ ବୟସ୍କ ଏକ ଦନ୍ତା ହାତୀ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି। ଅପରପକ୍ଷରେ ଉକ୍ତ ଜଙ୍ଗଲ ମଧ୍ଯରେ ହାତୀ ମରି ପଡ଼ିଥିବା ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀର ଶବକୁ ଉଦ୍ଧାର କରିଥିଲେ। ଏହାବାଦ ବନବିଭାଗ ପ୍ରାଣୀ ଚିକିତ୍ସକଙ୍କ ଦ୍ବାରା ବ୍ଯବଚ୍ଛେଦର ବ୍ଯବସ୍ଥା କରାଯାଇଛି। ତେବେ ବ୍ଯବଚ୍ଛେଦ ପରେ ଉକ୍ତ ହାତୀମୃତ୍ଯର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ...

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ...

Alivridleଙ୍କ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ: ୩ ଦିନରେ ୨ଲକ୍ଷରୁ ଅଧିକ ଅଣ୍ଡାଦାନ

ଛତ୍ରପୁର,୧୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣରେ Alivridleଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image