କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍‌ଏମ୍‌ଇ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଯୋଗ ଦେଇ ନିଜ ଅଭିଭାଷଣରେ ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ବିଶାଲ ସିଂହ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୂଷଣ, ଉପଜିଲାପାଳ କେନ୍ଦୁଝର ଉମାଶଙ୍କର ଦଳାଇ, କେନ୍ଦୁଝର ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ୧୦ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
ସୂଚନାଯୋଗ୍ୟ,ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ବୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ। ସ୍ବଚ୍ଛ ଭାରତ ମିଶନରୁ ଶୌଚାଳୟ, ଉଜ୍ଜ୍ୱଳା ଯୋଜନାରୁ ରନ୍ଧନ ଗ୍ୟାସ୍‌, ଜଳ ଜୀବନ ମିଶନରୁ ଓ୍ବଚ୍ଛ ପାନୀୟ ଜଳ, ସୌଭାଗ୍ୟ ଯୋଜନାରୁ ବିଦ୍ୟୁତ ସଂଯୋଗ ଆଦି ଯୋଗାଇ ଦିଆଯିବ। ଜୀବନଯାପନ ପାଇଁ ସବୁ ଆବଶ୍ୟକୀୟ ସୁବିଧା ଦିଆଯିବ। ଅଧିକ ଲୋକଙ୍କୁ ଘର ଦେବା ପାଇଁ ଏହି ଯୋଜନାରେ ‘ପରିବାର’ ଓ ‘ପକ୍କା ଘର’ର ସଂଜ୍ଞାକୁ ମଧ୍ୟ ସରଳ କରାଯାଇଛି। ଆଜବେଷ୍ଟସ୍‌, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି। କେବଳ ସିମେଣ୍ଟ ଯୋଡ଼େଇ କାନ୍ଥ ସହିତ ଆର.ସି.ସି. ଛାତକୁ ପକ୍କାଘରର ମାନ୍ୟତା ପ୍ରଦାନ କରାଯାଉଛି।
ଭିଡିଓ କନ୍‌ଫେରନ୍ସିଂ ଜରିଆରେ ଜିଲାର ସମସ୍ତ ୧୩ ବ୍ଲକ ସିଧାସଳଖ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ସଭାସ୍ଥଳ ସହ ଯୋଡ଼ି ହୋଇଥିଲେ। ପ୍ରାରମ୍ଭରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମକୁ ମଧ୍ୟ ଉପସ୍ଥିତ ଜନସାଧାରଣ ଶୁଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ...

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର...

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

ଅସମ୍ଭାଳ ଖରା, ଜନଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ...

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image