Posted inଖେଳ

ଭାରତୀୟ ଟିମ୍‌ର କୋଚ ପାଇଁ ଆବେଦନ ସମୟ ସୀମା ଶେଷ

ନୂଆଦିଲ୍ଲୀ,୨୮।୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ବର୍ତ୍ତମାନ ନ୍ୟୁୟର୍କରେ ଅଛନ୍ତି। ବର୍ତ୍ତମାନର ଦଳର ମୁଖ୍ୟ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ପରେ ଶେଷ ହେଉଛି ଏବଂ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦବୀ ପାଇଁ ଆବେଦନ ଘୋଷଣା କରିସାରିଛି। ଏହାର ଶେଷ ତାରିଖ ୨୭ ମେ’ ଥିଲା ଯାହା ବର୍ତ୍ତମାନ ଶେଷ ହୋଇଯାଇଛି । ସମୟସୀମା ଶେଷ ହେବା ସତ୍ତ୍ୱେ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ପଦ ପାଇଁ ପ୍ରାର୍ଥୀଙ୍କୁ ନେଇ ସନ୍ଦେହ ଘେରରେ ରହିଛି କାରଣ ବୋର୍ଡ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବିବୃତ୍ତି ସାମ୍ନାକୁ ଆସି ନାହିଁ।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପୂର୍ବତନ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ପାଇଁ ଦୌ ଡ଼ରେ ଆଗୁଆ ଅଛନ୍ତି। ଗମ୍ଭୀର ଆଇପିଏଲ ୨୦୨୪ସିଜନରେ ବିଜେତା ଦଳ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ର ପରାମର୍ଶଦାତା ଥିଲେ। ତେବେ ସେ ମଧ୍ୟ ଏହି ପ୍ରସଙ୍ଗରେ ନୀରବତା ବଜାୟ ରଖିଛନ୍ତି। ଉଭୟ ପକ୍ଷ ଏ ବିଷୟରେ କିଛି କହି ନାହାଁନ୍ତି କିନ୍ତୁ ଲାଗୁଛି ଯେ ବିସିସିଆଇର ଏକ ଦୃଢ ବିକଳ୍ପ ନାହିଁ। ଏହା ବୁଝାପଡୁଛି ଯେ ଏହି ପଦବୀ ପାଇଁ କୌଣସି ବଡ ବିଦେଶୀ ନାମ ଆବେଦନ କରି ନାହିଁ ଏବଂ ବୋର୍ଡ ସଚିବ ଜୟ ଶାହା ଏହା ମଧ୍ୟ କହିଛନ୍ତି ଯେ ସେମାନେ ଭାରତୀୟ କ୍ରିକେଟର ଘରୋଇ ଗଠନ ସହିତ ଭଲଭାବେ ପରିଚିତ ଜଣେ ପ୍ରାର୍ଥୀ ଖୋଜୁଛନ୍ତି। ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କ ଉପରେ ବିସିସିଆଇର ନଜର ଥିଲା କିନ୍ତୁ ହାଇଦ୍ରାବାଦର ଷ୍ଟାଇଲିସ ପୂର୍ବତନ କ୍ରିକେଟର ଫୁଲ ଟାଇମ ପୋଷ୍ଟ ପ୍ରତି ଆଗ୍ରହୀ ମନେ ହେଉନାହିଁ।
ନ୍ୟୁଜ ଏଜେନ୍ସି ପିଟିଆଇ ଦ୍ୱାରା ଏକ ବୋର୍ଡ ସୂତ୍ରରୁ ପ୍ରକାଶ ଯେ, ସମୟ ସୀମା ଠିକ ଅଛି କିନ୍ତୁ ନିଷ୍ପତ୍ତି ନେବା ପୂର୍ବରୁ ବୋର୍ଡ ଅଧିକ ସମୟ ନେଇପାରେ। ବର୍ତ୍ତମାନ ଦଳ ଟି -୨୦ ବିଶ୍ୱକପ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛି। ଏହା ପରେ ଶ୍ରୀଲଙ୍କା ଏବଂ ଜିମ୍ବାୱେ ଗସ୍ତରେ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯିବ ଏବଂ ଏନସିଏର ଜଣେ ବରିଷ୍ଠ ପ୍ରଶିକ୍ଷକ ଦଳ ସହ ଯାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri