Posted inUncategorized

୧୨୫୦ କୋଟିର ୮ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଜ୍ୟ ସରକାର ୧୨୫୦ କୋଟି ଟଙ୍କାର ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୬୪୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ଉକ୍ତ ପ୍ରକଳ୍ପଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ସହିତ ଅଧିକ ପୁଞ୍ଜିନିବେଶକୁ ଆକୃଷ୍ଟ କରିବ। ବୈଠକରେ ପୋଷାକ ଏବଂ ବୟନ ଶିଳ୍ପ କ୍ଷେତ୍ରରେ ବି.କେ. ଇଣ୍ଟରନ୍ୟାଶନାଲ ପ୍ରାଇଭେଟ୍‌ ଲିମିଟେଡ୍‌କୁ ଖୋର୍ଦ୍ଧାଠାରେ ଏକ ମୋଜା ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦିଆଯାଇଛି। ଏଥିରେ କମ୍ପାନୀ ୫୨ କୋଟି ଟଙ୍କାର ପୁଞ୍ଜିନିବେଶ କରିବ। ଏହା କାର୍ଯ୍ୟକ୍ଷମ ହେଲେ ୮୦୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିବ। ସେହିପରି ମମତା ଫେବ୍ରିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ଖୋର୍ଦ୍ଧାଠାରେ ୫୦ କୋଟି ଟଙ୍କା ବିନିଯୋଗରେ ରେଡିମେଡ୍‌ ପୋଷାକ ଉତ୍ପାଦନ ୟୁନିଟ୍‌ ପ୍ରତିଷ୍ଠା କରିବ। ଏଥିରେ ୨ ହଜାର ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି କଳିଙ୍ଗନଗରଠାରେ ଇସ୍ପାତ (ଡାଉନଷ୍ଟ୍ରିମ୍‌) କ୍ଷେତ୍ରରେ ଏକ ପ୍ରତିଷ୍ଠିତ ନିର୍ମାତା ୧୪୭.୬୪ କୋଟି ଟଙ୍କାର ୧,୮୦,୦୦୦ ସଂଖ୍ୟକ ଇସ୍ପାତ କବାଟ ଓ ଝରକା ସହ ଅନ୍ୟାନ୍ୟ ଉତ୍ପାଦ ୟୁନିଟ୍‌ ସ୍ଥାପନ କରିବେ। ଏଥିରେ ୧୫୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ନାଜୋନ୍‌ ଟ୍ୟୁବ୍‌ ଉତ୍କଳ ଲିମିଟେଡ୍‌ ୧୦୫ କୋଟି ଟଙ୍କା ବିନିଯୋଗରେ ଯାଜପୁର ଜିଲା କଳିଙ୍ଗନଗରଠାରେ ୧,୬୦,୦୦୦ ମେଟ୍ରିକ୍‌
ଟନ୍‌ ଏମ୍‌.ଏସ୍‌. ବର୍ଗାକାର ଓ ଆୟତ୍ତାକାର
ପାଇପ୍‌ ଓ ଟ୍ୟୁବ୍‌ ପ୍ରସ୍ତୁତି ନିମନ୍ତେ ଏକ ୟୁନିଟ୍‌
ପ୍ରତିଷ୍ଠା କରିବ। ଏଥିରେ ୫୦ ଜଣଙ୍କ ପାଇଁ ନିଯୁକ୍ତି ସୃଷ୍ଟି ହେବ। ଏଥିସହିତ କମ୍ପାନୀ ପୂର୍ବରୁ ଥିବା କାରଖାନାକୁ ସମ୍ପ୍ରସାରଣ କରିବାକୁ ଯୋଜନା କରିଛି।
ସେହିପରି ବେଦାନ୍ତ ସୁନ୍ଦରଗଡ଼ଠାରେ ୮୦ କୋଟି ଟଙ୍କା ବ୍ୟୟରେ ବାର୍ଷିକ ୪.୫ ନିୟୁତ ଟନ୍‌ ଏମ୍‌ପିଟିଏ ଲୁହାପଥର ବିଶୋଧନ ପ୍ଲାଣ୍ଟ ସ୍ଥାପନ କରିବ। ଏହି ପ୍ଲାଣ୍ଟରେ ୧୫୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ସୋନପୁରଠାରେ ୨୭୧ କୋଟି ଟଙ୍କା, ବଲାଙ୍ଗୀରରେ ୨୫୦ କୋଟି ଟଙ୍କା ଏବଂ ନବରଙ୍ଗପୁରଠାରେ ୨୯୩.୫୪ କୋଟି ଟଙ୍କାରେ ସ୍ଥାପନ ହେବାକୁ ଥିବା ଇଥାନଲ ପ୍ଲାଣ୍ଟକୁ ସିଙ୍ଗଲଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟିରେ ଅନୁମୋଦନ ମିଳିଛି। ଏହି ଶସ୍ୟଭିତ୍ତିକ ପ୍ଲାଣ୍ଟରେ ପ୍ରାୟ ୪୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପୂର୍ବରୁ ମିଶୋରେ ୮.୫ ଲକ୍ଷ ନୂଆ ନିଯୁକ୍ତି

ଭୁବନେଶ୍ୱର,୭।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ପାର୍ବଣ ପୂର୍ବରୁ ମିଶୋ ପ୍ରାୟ ୮.୫ ଲକ୍ଷ ନୂଆ ନିଯୁକ୍ତି (ଋତୁକାଳୀନ ଚାକିରି) ଦେବ...

ହୋଟେଲ ବାଥ୍‌ରୁମ୍‌ରେ ମହିଳାଙ୍କ ଭିଡିଓ କରୁଥିଲେ ଇଞ୍ଜିନିୟର, ପଡ଼ିଗଲେ ଧରା

ଭୁବନେଶ୍ୱର,୫ା୯: ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ବାଥ୍‌ରୁମ୍‌ରେ ବୁଧବାର ଜଣେ ମହିଳା ଗାଧୋଉଥିବା ବେଳେ ଏହାର ଭିଡିଓ ଶୁଟ୍‌ କରି ଜଣେ...

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଫାଇନାଲରେ ନୀତେଶ କୁମାର,ପଦକ ପକ୍କା କଲେ ମନୀଷା-ତୁଳସୀମତି

ପ୍ୟାରିସ୍‌,୧ା୯: ପ୍ୟାରିସ୍‌ରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୪ରେ ଭାରତୀୟ ପାରା ଶଟଲରଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଏସ୍‌ଏଲ୍‌ ୩ ବର୍ଗର ଫାଇନାଲରେ ପ୍ରବେଶ କରିବା...

ନରାକାସ୍‌ ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ୍‌/ବ୍ୟାଙ୍କ) ଭୁବନେଶ୍ବରର ୫୬ତମ ଅର୍ଦ୍ଧବାର୍ଷିକ ବୈଠକ ଗୁରୁବାର ଭାରତୀୟ ଷ୍ଟେଟ...

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮(ସତ୍ୟଜିତ୍‌ ରାଉତ):ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଅଗଷ୍ଟ ୨୭ରୁ ୨୯ତାରିଖ ଯାଏ ସେ ଓଡ଼ିଶାରେ...

ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା: ସୁଜାତା ପାଣ୍ଡିଆନଙ୍କ ଭାଇର ପରିଚୟ ଦେଇ…

ମାଲକାନଗିରି,୨୬।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ବିଜେଡି ଜିଲା ପରିଷଦ ସଦସ୍ୟାଙ୍କ ନାଁରେ ଏତଲା । ଜିଲା ପରିଷଦ ସଦସ୍ୟା ସସ୍ମିତା ମାଝୀଙ୍କ ସହ ଅନ୍ୟ ୨ ଜଣଙ୍କ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୨୫।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏନେଇ ପାଣିପାଗ...

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri