ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତପୁଙ୍କୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ତାଙ୍କ ଆଶୁ ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି। ଏ ନେଇସେ ସୋସିଆଲ ମିଡିଆରେ ତପୁଙ୍କ ସହିତ ତାଙ୍କର ଏକ ଫଟୋ ଶେୟାର କରି ଆରୋଗ୍ୟ କାମନା କରିଛନ୍ତି।

ସୂଚନା ଅନୁଯାୟୀ, ପ୍ରାୟ ମାସକ ତଳେ ତପୁ କରୋନାରେ ଆକ୍ରାନ୍ତ ହୋଇ ଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଏହାରି ଭିତରେ ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନାହିଁ ।

Share