Categories: ଜାତୀୟ

ନରେନ୍ଦ୍ର ସିଂ ତୋମାରଙ୍କ ସ୍ଥାନରେ ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କୃଷି ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୭।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ପ୍ରହ୍ଲାଦ ସିଂ ପଟେଲ ଏବଂ ରେଣୁକା ସିଂ ସାରୁତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟରେ ରାଜ୍ୟ ମନ୍ତ୍ରୀ ଶୋଭା କରନ୍ଦଲାଜେଙ୍କୁ ରାଜ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଜଳ ଶକ୍ତି ମନ୍ତ୍ରଣାଳୟରେ ରାଜ୍ୟ ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖରଙ୍କୁ ଅତିରିକ୍ତ ମନ୍ତ୍ରୀ ଦାୟିତ୍ୱ ଦିଆଯାଇଛି। ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ରାଜ୍ୟ ମନ୍ତ୍ରୀ ଭାରତୀ ପ୍ରବୀଣ ପାୱାରଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

Share