ବନ୍ଧାହେଲେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କୋଟିପତି ସହକାରୀ ଯନ୍ତ୍ରୀ ଋଷିନାଥ ବରାଳଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଗୁରୁବାର ଋଷିନାଥଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଋଷିନାଥଙ୍କ ଘର ସମେତ ଖୋର୍ଦ୍ଧା, ନୟାଗଡ ଓ ଢେଙ୍କାନାଳର ୪ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଋଷିନାଥଙ୍କ ୨ କୋଟି ୭୦ ଲକ୍ଷର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ ହୋଇଥିବା ବେଳେ ଘରୁ ୩୫ ହଜାର ଟଙ୍କାର ପୁରୁଣା ୫ ଶହ ଟଙ୍କିଆ ନୋଟ ଜବତ ହୋଇଥିଲା। ଚଢାଉ ସମୟରେ ଗୋଟିଏ ପ୍ଲଟ, କାର, ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଠାବ ହୋଇଥିଲା।

Share