ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫।୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ଆସନରେ ଶପଥ ନେବାର ମଙ୍ଗଳବାର ଠିକ୍‌ ବର୍ଷେ ପୂରଣ ହୋଇଛି। ଏପରି କି ସଂଯୋଗବଶତଃ ସେ ଏହି ଦିନ ଜନ୍ମମାଟିରେ ଆସି ପହଞ୍ଚତ୍ଛନ୍ତି। ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ମୁର୍ମୁ ମଙ୍ଗଳବାର ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ସା ୫ଟା ୫୯ ମିନିଟରେ ପହଞ୍ଚତ୍ଥିଲେ। ସେଠାରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର, ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା ଏବଂ ପୋଲିସ ଡିଜି ସୁନୀଲ ବଂଶଲ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ବିମାନବନ୍ଦରରୁ ରାଷ୍ଟ୍ରପତିଙ୍କ କାରକେଡ୍‌ ରାଜଭବନ ଅଭିମୁଖେ ବାହାରିଥିଲା। ତାଙ୍କୁ ସ୍ବାଗତ ଜଣାଇବା ଲାଗି ପାରମ୍ପରିକ ଗୀତ, ନାଚରେ ରାଜଧାନୀର ବିଭିନ୍ନ ସ୍ଥାନ ଉତ୍ସବମୁଖର ହୋଇଥିଲା। ତେବେ ଆସିବାବେଳେ ବାଟରେ ରାଷ୍ଟ୍ରପତି ଗାଡ଼ିରୁ ଓହ୍ଲାଇ ପାରମ୍ପରିକ ନାଚଗୀତ ମାଧ୍ୟମରେ ତାଙ୍କୁ ସ୍ବାଗତ ଜଣାଉଥିବା ଲୋକମାନଙ୍କୁ ଭେଟିଥିଲେ। ସେଠାରେ ରାଷ୍ଟ୍ରପତି ଚାଲି ଚାଲି କିଛି ବାଟ ଯାଇଥିବା ମଧ୍ୟ ଦେଖିବାକୁ ମିଳିଥିଲା। ତାଙ୍କୁ ଦେଖିବା ପାଇଁ ମଧ୍ୟ ରାସ୍ତା ପାର୍ଶ୍ୱରେ ବହୁ ଲୋକ ଏକତ୍ରିତ ହୋଇ ରହିଥିଲେ। ରାଜଭବନରେ ରାଷ୍ଟ୍ରପତିଙ୍କ କାରକେଡ୍‌ ପହଞ୍ଚତ୍ବାପରେ ସେଠାରେ କଳିଙ୍ଗ ଅତିଥିଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମ ପରେ ରାଜଭବନ ପରିସରରେ ଆୟୋଜିତ ଅତୁଟ ବନ୍ଧନ ପରିବାରର ହିତାଧିକାରୀ ଡାକ୍ତରୀ ଛାତ୍ରୀଛାତ୍ରମାନଙ୍କ ସହ ଏକ ଭାବବିନିମୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଷ୍ଟ୍ରପତି ଭାବେ ଶପଥ ନେବାର ଏକ ବର୍ଷ ପୂରଣ ହେଉଥିବାରୁ ତାଙ୍କୁ ରାଜଭବନ ପରିସରରେ ଅଭିନନ୍ଦନ ଜଣାଯାଇଥିଲା। ଏହି ଅବସରରେ ରାଜ୍ୟପାଳଙ୍କ ସମେତ ରାଜଭବନର ଅନ୍ୟ ଅଧିକାରୀମାନଙ୍କ ଉପସ୍ଥିତିରେ କେକ୍‌ ମଧ୍ୟ କଟାଯାଇଥିଲା। ରାଷ୍ଟ୍ରପତି ବୁଧବାର କଟକ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟସୂଚି ସ୍ଥିର ହୋଇଛି। ସକାଳ ୮ଟାରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଟକ ନରାଜ ପର୍ଯ୍ୟନ୍ତ ଯିବେ। ସେଠାରୁ କଟକ ଚଣ୍ଡୀ ମନ୍ଦିରରେ ତାଙ୍କ କାରକେଡ୍‌ ପହଞ୍ଚତ୍ବ। ସେଠାରେ ପ୍ରାୟ ୧୫ମିନିଟର କାର୍ଯ୍ୟକ୍ରମ ସ୍ଥିର ହୋଇଛି। କଟକ ଚଣ୍ଡୀଙ୍କୁ ଦର୍ଶନ କରି ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନରେ ସେ ଯିବେ। ଏହାପରେ ନେତାଜୀଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିବା କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୪୫ରେ କଟକ ଇଣ୍ଡୋର ଷ୍ଟାଡିୟମରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସେଠାରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ପରେ ଜଷ୍ଟିସ ସଂଗ୍ରହାଳୟ ବୁଲି ଓଡ଼ିଶା ହାଇକୋର୍ଟ ଜଜ୍‌ ଲାଉଞ୍ଜରେ ମଧ୍ୟାହ୍ନ ଭୋଜନ କରିବେ। ୨ଟା ୫୦ରେ ଏସ୍‌ସିବି ମେଡିକାଲ କଲେଜ୍‌ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଯୋଗଦେବେ। ଅପରାହ୍ନ ୪ଟା ୧୫ରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ୧୦ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେଠାରୁ ସା ୬ଟା ୩୦ରେ କାର୍ଯ୍ୟକ୍ରମ ସାରି ପୁଣି ରାଜଭବନ ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri