ମାଲକାନଗିରିରେ ପହଞ୍ଚି ବିଏ୍‌କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି ଭବନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବିଏ୍‌କେଓ୍ବାଇ ଶୁଭାରମ୍ଭ କରିଥିଲେ। ଶୁଭାରମ୍ଭ ପରେ ଜିଲାରେ ପ୍ରଥମ ବିତରଣ କରିଛନ୍ତ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ ଭିକେ ପାଣ୍ଡିଆନ ଓ ବହୁ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହାପରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମନ୍ତ୍ରୀମାନେ ମାଲକାନଗିରିରେ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିବେ।

Share