ବଢ଼ିଲା କଳାକାର ସହାୟତା ରାଶି, ମାସକୁ ୨୫୦୦ ଟଙ୍କା ସହାୟତା

ଭୁବନେଶ୍ଵର, ୧୪।୨: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି ।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଳାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ ।

ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ ।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।

ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି ।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ ।

ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri