Posted inରାଜ୍ୟ

କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ।

ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି। ଏଥିସହିତ ସେ ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ବ୍ୟବସ୍ଥା ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇବାକୁ ହକ୍‌ଦାର ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଅରୁଣ ନିଜର ନୂଆ ଦାୟିତ୍ୱ ନେବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ଅକ୍ଟୋବର ୭ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ସେ ଅନୁରୋଧ କରିଥିଲେ।
ସୂଚନାଯୋଗ୍ୟ, ଅରୁଣଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା। ତାଙ୍କୁ ପୂର୍ବ ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ ତାରିଖରେ ରାଜ୍ୟର ଅସ୍ଥାୟୀ ପୋଲିସ ଡିଜି ଭାବେ ନିଯୁକ୍ତି ଦେଇଥିଲେ। ଭାଜପା ସରକାର କ୍ଷମତାକୁ ଆସିବା ପରେ ତାଙ୍କୁ ଅଗଷ୍ଟ ୧୬ତାରିଖରେ ଡିଜି ପଦରୁ ହଟାଇ ଦେଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା...

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ...

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି।...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର...

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri