ବିଜେଡି-ଭାଜପା ମେଣ୍ଟକୁ ନେଇ ଏମିତି କହିଲେ ଅରୁଣ ସାହୁ

ଭୁବନେଶ୍ୱର,୬।୩ : ନବୀନ ନିବାସରେ ଆଜି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଆଲୋଚନା ହୋଇଛି। ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ ବୋଲି ବୈଠକ ପରେ ବିଜେଡିର ବରିଷ୍ଠ ନେତା ଅରୁଣ ସାହୁ କହିଛନ୍ତି।
ବୁଧବାର ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର, ମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡି ସାଧାରଣ ସଂପାଦକ ସଞ୍ଜୟ ଦାଶ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ୧୫ ବର୍ଷ ପରେ ପୁଣି ବିଜେଡି-ଭାଜପା ଏକାଠି ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଏପଟେ ବିଜେଡିର ବୈଠକ ବସୁଥିବାବେଳେ ସେପଟେ ଦିଲ୍ଲୀରେ ଭାଜପା ବୈଠକ ବସିଛି। ଫଳରେ ଉଭୟ ଦଳ ମଧ୍ୟରେ ମେଣ୍ଟ ହେବା ନେଇ ଜୋର ଧରିଛି।

Share