Categories: ଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା: ଲୋକେ ଭୟଭୀତ

ଇଟାନଗର,୧୫।୪: ଅରୁଣାଚଳ ପ୍ରଦେଶରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରହିଛି। ଭୂକମ୍ପ ଅନୁଭୂତ ହେବା ପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଉତ୍ତର ପାଙ୍ଗିନ୍‌ରେ ଥିଲା। ଏପର୍ଯ୍ୟନ୍ତ ଭୂମିକମ୍ପ ଯୋଗୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।
ଗତ ସପ୍ତାହରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ୪.୬ ଥିଲା। ଏଥି ସହିତ ଗତ ସପ୍ତାହରେ ଗୁଜରାଟର କୁଚ ଜିଲାରେ ୩.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା।

Share