Posted inଜାତୀୟ

ସଂଖ୍ୟା ଗରିଷ୍ଠତା ଥାଇ ବି ଆସ୍ଥା ଭୋଟ୍‌ ଲୋଡ଼ିଲେ କେଜ୍‌ରିଓ୍ବାଲ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବିଧାନସଭାରେ ତାଙ୍କ ସରକାରର ଶକ୍ତି ପ୍ରଦର୍ଶନ ପାଇଁ ଶୁକ୍ରବାର ଆସ୍ଥାଭୋଟ ଲୋଡ଼ିଛନ୍ତି। ଶନିବାର ଏହା ଉପରେ ଆଲୋଚନା ହେବ। ତେବେ ବିରୋଧୀ ଦଳ ପକ୍ଷରୁ କୌଣସି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯାଇଥାଏ। ଏମିତିରେ ସରକାର ବିଧାନସଭା ନଚେତ ପାର୍ଲାମେଣ୍ଟରେ ଅନାସ୍ଥା ଭୋଟ୍‌ର ସମ୍ମୁଖୀନ ହୁଅନ୍ତି। ହେଲେ କେଜ୍‌ରିଓ୍ବାଲ ନିଜଆଡୁ ହିଁ ଆସ୍ଥା ଭୋଟ୍‌ର ସମ୍ମୁଖୀନ ହେବେ ବୋଲି ପ୍ରସ୍ତାବ ଆଣିବା ପରେ ରାଜନୈତିକ ମହଲରେ ହଟଚମଟ ସୃଷ୍ଟି ହୋଇଛି।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ସମ୍ପୃକ୍ତି ନେଇ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଷଷ୍ଠ ଥର ପାଇଁ ସମନ ଜାରି କରିଥିବାବେଳେ ତାଙ୍କୁ ଗିରଫ କରାଯାଇପାରେ ବୋଲି କଳ୍ପନାଜଳ୍ପନା ସୃଷ୍ଟି ହୋଇଛି। ଏଭଳି ସମୟରେ କେଜ୍‌ରିଓ୍ବାଲ ଆସ୍ଥା ଲୋଡ଼ିବା ସମ୍ପର୍କରେ କହିଛନ୍ତି ଯେ ଭାଜପା ଦିଲ୍ଲୀ ସରକାରଙ୍କୁ ଭାଙ୍ଗିବାକୁ ଚାହୁଁଛି। କାରଣ ସେମାନେ ଭଲଭାବେ ଜାଣନ୍ତି ଯେ ଦିଲ୍ଲୀରେ ସେମାନେ କେବେ ବି ନିର୍ବାଚନ ଜିତି ପାରିବେ ନାହିଁ। ସେ ଏଏପିର କୌଣସି ବିଧାୟକ ଦଳରୁ ଅଲଗା ହୋଇ ନ ଥିବା ସେ ଲୋକଙ୍କୁ ଦେଖାଇବାକୁ ଚାହୁଁଛନ୍ତି।

କହିରଖୁଛୁ, ଦିଲ୍ଲୀ ବିଧାନସଭାରେ ମୋଟ ଆସନ ସଂଖ୍ୟା ହେଉଛି ୭୦। ଏଥିମଧ୍ୟରୁ ଏଏପି ପାଖରେ ୬୨ଜଣ ବିଧାୟକ ଥିଲେ ହେଁ କେଜ୍‌ରିଓ୍ବାଲ ଆସ୍ଥା ପ୍ରସ୍ତାବ ଆଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

ଭାରତ-ଚାଇନା ଝଗଡା ଶେଷ, ରୁଷିଆ ସାଥିରେ ଆସିଲେ ପଶ୍ଚିମ ଦେଶର ଦାଦାଗିରି ଶେଷ!

ନୂଆଦିଲ୍ଲୀ,୨୨।୧୦: ଦୀର୍ଘ ୪ ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନା ବର୍ତ୍ତମାନ ଶାନ୍ତି ଆଡକୁ ଗତି କରୁଛି। ୨୦୨୦ରେ ଏଲଏସିର ପାଟ୍ରୋଲିଂ...

ଭାଜପାକୁ କେବେ ମିଳିବ ନୂଆ ଅଧ୍ୟକ୍ଷ, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୨।୧୦: ଗତ କିଛି ମାସ ଧରି ଭାରତୀୟ ଜନତା ଦଳର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅନେକ ଚର୍ଚ୍ଚା ଲାଗି ରହିଥିଲା, କିନ୍ତୁ ଦଳ...

ନିର୍ବାଚନ ଲଢିବେ ଲରେନ୍ସ ବିଷ୍ଣୋଇ? ଜାଣନ୍ତୁ କିଏ ଦେଇଛି ଅଫର୍‌

ମୁମ୍ବାଇ,୨୨।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଉ ଅଧିକ ସମୟ ବାକି ନାହିଁ। ଏହି ସମୟରେ ରାଜନୈତିକ ଦଳର ଏକ ଅଜବ ବିବୃତ୍ତି ସାମ୍ନାକୁ ଆସିଛି।...

ସରକାରଙ୍କ ଚିନ୍ତାଜନକ ତଥ୍ୟ, ସଡ଼କ ଦୁର୍ଘଟଣାରେ ଦିନକୁ ୪୭୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୦: ୨୦୨୩ରେ ଦେଶରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟାକୁ ନେଇ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। କେନ୍ଦ୍ର ସରକାରଙ୍କ ସହ ରାଜ୍ୟଗୁଡିକ ଅଂଶୀଦାର...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ...

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ୬ ମୃତ

ସିକନ୍ଦରାବାଦ,୨୨।୧୦: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri