୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ ଗ୍ରହଣ ଓ କର୍ମୀ ସମ୍ମିଳନୀରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ସମାଲୋଚନା କରିଥିଲେ। ଭାଜପା ରଖିଥିବା ନିର୍ବାଚନୀ ଇସ୍ତାହାର ଓଡ଼ିଶାକୁ ୨୫ ବର୍ଷ ପଛକୁ ନେଇଯିବ। ଭାଜପାର ନେତାମାନେ ଆସି ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦେବାକୁ କହୁଛନ୍ତି। ପୂର୍ବରୁ ପ୍ରତି ଲୋକଙ୍କ ନିକଟକୁ ୧୫ ଲକ୍ଷ ଟଙ୍କା ଯେଉଁଭଳି ଆସିଥିଲା, ସେହିଭଳି ୫୦ ହଜାର ପଠାଇବେ ବୋଲି ପାଣ୍ଡିଆନ କଟାକ୍ଷ କରିଥିଲେ। ତେଣୁ ଆସନ୍ତା ନିର୍ବାଚନରେ ବିଜୁ ଜନତା ଦଳର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ଡା. ଅବିନାଶ ସାମଲ ଓ ଅନୁଗୋଳ ବିଧାୟକ ପ୍ରାର୍ଥତ୍ନୀ ସଂଯୁକ୍ତା ସିଂହଙ୍କୁ ଭୋଟ ଦେବାକୁ ନିବେଦନ କରିଥିଲେ।
ସଭାଘରଠାରେ ଆୟୋଜିତ ଅଭିଯୋଗ ଗ୍ରହଣ ଓ କର୍ମୀ ସମ୍ମିଳନୀରେ ପାଣ୍ଡିଆନ ଲୋକମାନଙ୍କଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ନିର୍ବାଚନ ଆଚରଣବିଧି ଲାଗୁ ରହିଥିବାରୁ ଏବେ କିଛି କହିହେଉନି। ତଥାପି ଲୋକମାନଙ୍କ ସମସ୍ୟା ଦୂର କରିବାକୁ କାର୍ଯ୍ୟ କରାଯାଉଛି ବୋଲି ସେ କହିଥିଲେ। ଭାଜପାର ନେତାମାନେ ଆସି ବଡ଼ ବଡ଼ ଭାଷଣ ଦେଉଛନ୍ତି। ତାଙ୍କୁ ପଚାରନ୍ତୁ, କେଉଁ ରାଜ୍ୟରେ ଜାଗା ମିଶନ କେଉଁଠାରେ କାର୍ଯ୍ୟକାରୀ ହୋଇଛି। ସହରାଞ୍ଚଳରେ ଥିବା ଜମିକୁ ଗରିବ ଜନସାଧାରଣଙ୍କୁ ସେମାନେ ପଟ୍ଟା ଦେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏହି କାର୍ଯ୍ୟକ୍ରମ କେବଳ ନବୀନ ବାବୁ ହିଁ କରିପାରିବେ। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ଆଶୀର୍ବାଦ ପାଇ ମୁଖ୍ୟମନ୍ତ୍ରୀ ଜୁନ ୯ରେ ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ପ୍ରଥମ ଦସ୍ତଖତ ବିଜୁଳି ବିଲ୍‌ ଛାଡ଼ ପାଇଁ କରାଯିବ। ଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ବୃତ୍ତି ପ୍ରଦାନ କରାଯାଉଛି। ଏହି ବୃତ୍ତି ନବୀନବାବୁଙ୍କ ସରକାର ପ୍ରଦାନ କରୁଛି। ଏହି ଅଞ୍ଚଳର ଜଣେ ନେତା କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ରହିଛନ୍ତି। ତାଙ୍କୁ ପଚାରନ୍ତୁ, କେତେ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସେମାନେ ଛାତ୍ର ବୃତ୍ତି ଦେଉଛନ୍ତି। ଯଦି ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶା ଗଠନ କରିବାର ଅଛି, ତେବେ ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତଙ୍କୁ କାମ କରିବାକୁ ପଡ଼ିବ ବୋଲି ପାଣ୍ଡିଆନ କହିଥିଲେ। ଏହି କାର୍ଯ୍ୟକ୍ରମରେ ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା, ବିଜେଡି ଜିଲା ସଭାପତି ମହେନ୍ଦ୍ର ବସ୍ତିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

Top 5 Biodiversity Centers in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ,...

ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍‌ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ

ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି...

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬...

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି...

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image