ନିର୍ବାଚନ ପୂର୍ବରୁ ଗୋଟେ କଥା, ଶାସନକୁ ଆସିବା ପରେ ଦ୍ୱନ୍ଦ୍ୱ ସୃଷ୍ଟି….

ଭୁବନେଶ୍ୱର, ୧୭।୯(ସୁନିତ୍‌ ମିଶ୍ର): ବର୍ତ୍ତମାନ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ ନେଇ ବେଶ୍‌ ଉତ୍ସାହିତ। ଏହାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଏହା ଭାଜପା ସରକାରର ଆଉ ଏକ ଜୁମ୍‌ଲା। କାରଣ ନିର୍ବାଚନ ପୂର୍ବରୁ ଭାଜପାର ନେତାମାନେ କହିଥିଲେ, ଓଡ଼ିଶାରେ ଯଦି ଭାଜପା କ୍ଷମତାକୁ ଆସେ ତେବେ ତୁରନ୍ତ ରାଜ୍ୟର ସମସ୍ତ ମହିଳାଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। କିନ୍ତୁ କ୍ଷମତାକୁ ଆସିବା ପରେ ଭାଜପା ସରକାର ସୁଭଦ୍ରା ଯୋଜନାକୁ ନେଇ ଏମିତି ଦ୍ୱନ୍ଦ୍ୱ ସୃଷ୍ଟି କଲେ ଯେ ତାହା ଏ ପର୍ଯ୍ୟନ୍ତ ମଧ୍ୟ ଲୋକଙ୍କ ପାଇଁ ଅବୁଝା ରହିଛି। ସେହିପରି ଓଡ଼ିଆ ଅସ୍ମିତା କଥା କହି କ୍ଷମତାକୁ ଆସିଥିବା ସରକାର ବର୍ତ୍ତମାନ ଓଡ଼ିଶାରେ ଗୁଜରାଟ ମଡ଼େଲ ଚଲାଇଛନ୍ତି। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ଅଣଓଡ଼ିଆ ଅଫିସରଙ୍କୁ ବସାଇ ଓଡ଼ିଆ ଅସ୍ମିତାକୁ ଧୂଳିସାତ କରିବାକୁ ଯୋଜନା କରିଛନ୍ତି। ଗୋପାଳପୁର ବନ୍ଦରକୁ ଆଦାନୀକୁ ପ୍ରଦାନ କରି ରାଜ୍ୟର ମୋହନ ସରକାର ନିଜକୁ ମୋଦାନୀ ସରକାର ପରିଚୟ ଦେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ ଷ୍ଟିୟରିଂ କମିଟି ସଦସ୍ୟ ବିଶ୍ୱରଞ୍ଜନ ମହାନ୍ତି କହିଛନ୍ତି।
କଂଗ୍ରେସ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱରଞ୍ଜନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭାଜପା ସରକାର ପ୍ରଥମେ ରଥଯାତ୍ରାରେ ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଏହାପରେ ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ଏହି ଅର୍ଥ ଦିଆଯିବ ବୋଲି କହିଲେ। ମାତ୍ର ଏବେ ଏହି ଦୁଇ ଦିବସଠାରୁ ଅଧିକ ଶୁଭଦିନ ଭାବି ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏହି ଅର୍ଥ ଦେବାକୁ ଯାଉଛନ୍ତି। ନିର୍ବାଚନ ପୂର୍ବରୁ ସମସ୍ତ ମହିଳାଙ୍କୁ ତୁରନ୍ତ ୫୦ ହଜାର ଟଙ୍କା ଦେବାକୁ କହିଥିଲେ। ମାତ୍ର କ୍ଷମତାକୁ ଆସିବା ପରେ ୨ ବର୍ଷରେ ଏହି ଅର୍ଥ ପ୍ରଦାନ କରିବେ ବୋଲି କହିଲେ। ଏବେ ପୁଣି ୫ ବର୍ଷରେ ଦେବେ ବୋଲି କହିଛନ୍ତି। ଏମିତି ହିସାବରେ ଜଣେ ମହିଳା ମାସକୁ ମାତ୍ର ୮୩୩ ଟଙ୍କା ତଥା ଦିନକୁ ୨୭ ଟଙ୍କା ପାଇବେ। ଏହି ଅର୍ଥରେ ଜଣେ ମହିଳା କି ପ୍ରକାର ଉଦ୍ୟୋଗ ଗଢ଼ିବେ ଏବଂ ସଶକ୍ତ ହେବେ ବୋଲି ବିଶ୍ୱରଞ୍ଜନ ପ୍ରଶ୍ନ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri