ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ ଜନକ ସ୍ଥାୟୀ ବେତନ ଓ ଭତ୍ତା ପ୍ରଦାନ କରାଯାଇ ନାହିଁ।

ଏନେଇ ସୋମବାର ଭାରତୀୟ ମଜଦୂର ସଂଘର ଅନୁବନ୍ଧିତ ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲାଶାଖା ପକ୍ଷରୁ ୭ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ଜାତୀୟ ସ୍ବାସ୍ଥ୍ୟ ମିଶନକୁ ସ୍ଥାୟୀ କରାଯାଉ। ଆଶା କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରିବା, ଯେ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇ ନାହିଁ, ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ, ଆଶାକର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦେବା, ଅବସର ଆଶା କର୍ମୀଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇ, ମାସିକ ୫ ହଜାର ପେନ୍‌ସନ ଦିଆଯାଉ,
ସବୁ ପିଏଚସି, ସିଏଚସିରେ ଆଶା ଗୃହ ନିର୍ମାଣ କରାଯାଉ ଏବଂ ଆଶା କର୍ମୀ ମାନଙ୍କୁ ଯାତାୟାତ ନିମିତ୍ତ ବିନା ସୁଧରେ ସ୍କୁଟି ଯୋଗାଇଦେବା ନିମନ୍ତେ ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି।

ଏହା ସହିତ ସେମାନେ କହିଛନ୍ତି ଯେ, ଆଶା କର୍ମଚାରୀଙ୍କ ସହଯୋଗରେ ସମଗ୍ର ଦେଶରେ ସ୍ବାସ୍ଥ୍ୟ କ୍ଷେତ୍ରରେ କ୍ରାନ୍ତିକାରୀ ପରିବର୍ତ୍ତନ ଦେଖିବାକୁ ମିଳୁଛି ଯାହା କୁ ବିଶ ସ୍ବାସ୍ଥ୍ୟ ସଂଗଠନ ମଧ୍ୟ ପ୍ରଶଂସା କରିଛି। ଆଶା କର୍ମଚାରୀଙ୍କ ଦ୍ବାରା ସହଜରେ ଅପହଞ୍ଚ ସ୍ଥାନରେ ସ୍ବାସ୍ଥ୍ୟ ସୁବିଧାଗୁଡ଼ିକ ଲାଭ ପହଁଚି ପାରିଛି। ସେମାନଙ୍କର କାର୍ଯ୍ୟକୁ ପ୍ରଶଂସା କରି ଉଭୟ ସରକାର ଏବଂ ସମାଜ ସେମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ମେରୁଦଣ୍ଡ ବୋଲି ବିବେଚନା କରନ୍ତି। କିନ୍ତୁ ଏହା ମଧ୍ୟ ସତ୍ୟ ଯେ ସରକାର ସେମାନଙ୍କର ଜୀବିକା ଏବଂ ପରିବାରର ରକ୍ଷଣାବେକ୍ଷଣ ପ୍ରତି ଉପଯୁକ୍ତ ଧ୍ୟାନ ଦେଉନାହାଁନ୍ତି । କୋଭିଡ ସମୟରେ ଆଶା କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗେଇ କାମ କରିଛନ୍ତି। ସମ୍ପୂର୍ଣ୍ଣ ସଜୋଟତା ଏବଂ ନିଷ୍ଠା ସହିତ ସରକାରଙ୍କ ଆଦେଶ ପାଳନ କରି ନିଜକୁ ବିପଦରେ ପକାଇ ସମାଜକୁ କୋଭିଡରୁ ରକ୍ଷା କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ, ଏଣୁ ଆଶା କର୍ମଚାରୀଙ୍କ ଜୀବନଶୈଳୀରେ ଉନ୍ନତି ଆଣିବା ପାଇଁ ସେମାନେ ଦାବି କରିଛନ୍ତି, ଏହି ସ୍ମାରକ ପତ୍ର ପ୍ରଦାନ ବେଳେ ଭାରତୀୟ ମଜଦୁର ସଂଘର ଗଞ୍ଜାମ ଜିଲା ସମ୍ପାଦକ ଅର୍ଜୁନ ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ସାହୁ, ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲ୍ଲା ଶାଖାର ସମ୍ପାଦିକା ବବିତା ରାଉତଙ୍କ ସମେତ ବହୁ ଆଶା କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଏମ୍‌ପିଙ୍କ ପୋଷ୍ଟର ଚିରିଦେଲେ ଦୁର୍ବୃତ୍ତ, ସିସିଟିଭି ଦେଖି…

ବାଲିଗୁଡ଼ା,୧୬ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ କନ୍ଧମାଳ ଏମ୍‌ପିଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟରକୁ କୌଣସି ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଚିରି...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri