ଅବହେଳାରୁ ଆଶ୍ରମ ସ୍କୁଲ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି,୧୬।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ନନ୍ଦିନୀଗୁଡା ଆଶ୍ରମ ବିଦ୍ୟାଳୟରେ ଚିକିତ୍ସା ଅବହେଳାରୁ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଛାତ୍ର ଜଣକ ହେଲେ ନାକାମାମୁ ପଞ୍ଚାୟତ ନିଳାପାରି ଗ୍ରାମର ରାଜୁ ଖେମୁଡୁଙ୍କ ପୁଅ ଶ୍ରୀଧର ଖେମୁଡୁ। ପୁଅଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରିପାରି ନ ଥିବା ବେଳେ ଏଥିପାଇଁ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କୁ ପରିବାର ଲୋକେ ଦାୟୀ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଶ୍ରୀଧର ଅସୁସ୍ଥ ହେବାରୁ ସାଥୀ ଛାତ୍ରମାନେ ତାଙ୍କୁ ଔଷଧ ଦେଇଥିଲେ। ଏହାର କିଛି ସମୟ ମଧ୍ୟରେ ଶ୍ରୀଧରଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ଏନେଇ ସ୍କୁଲ ପିଅନ ଏବଂ କିଛି ଛାତ୍ର ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଖଇରପୁଟ ମେଡିକାଲ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଶିକ୍ଷୟିତ୍ରୀ ଓ ଶିକ୍ଷକ ଖବର ପାଇ ମେଡିକାଲରେ ପହଞ୍ଚିଥିଲେ। ଏପରି କି ଚିତ୍ରକୋଣ୍ଡା ଏସ୍‌ଡିପିଓ, ଓର୍କେଲ ପୋଲିସ, ମୁଦୁଲିପଡା ପୋଲିସ, ଖଇରପୁଟ ବିଡିଓ ଓ ତହସିଲଦାର ପ୍ରମୁଖ ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

ଦ୍ୱିତୀୟ ବିବାହ ପାଇଁ ୨ ପୁଅଙ୍କୁ ହତ୍ୟା କଲେ ବାପା

ନୟାଗଡ଼,୧୧ା୩(ଲୋକନାଥ ମିଶ୍ର):ସ୍ବାମୀଙ୍କ ନିର୍ଯାତନା ସହି ନ ପାରି ପ୍ରାୟ ୩ ବର୍ଷ ତଳେ ସ୍ତ୍ରୀ ଆମତ୍ହତ୍ୟା କରିଥିଲେ। ସ୍ତ୍ରୀଙ୍କ ମୃତ୍ୟୁ ପରେ ବ୍ୟକ୍ତି ଜଣକ ଅନ୍ୟତ୍ର...

ମହିଳା ସୁରକ୍ଷା ନାଁରେ ସରକାର ଭୁଆଁ ବୁଲାଉଛନ୍ତି ଜିଲାପାଳଙ୍କ ଅଫିସ ଘେରିଲା କଂଗ୍ରେସ

ନୂଆପଡ଼ା,୧୦ା୩ (ମକାରୁ ବେମାଲ): ରାଜ୍ୟରେ ଏସ୍‌ସି,ଏସ୍‌ଟି, ଓବିସି ମହିଳା ଓ ନାବାଳିକାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିଲେ ମଧ୍ୟ ରାଜ୍ୟ ସରକାର ଏହାକୁ ନିୟନ୍ତ୍ରଣ କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri