ପୁରୀ ଅଫିସ,୩।୭: ଏଏସ୍ଆଇ ଟିମ୍ ରବିବାର ପୁରୀରେ ପହଞ୍ଚିଛନ୍ତି। ପୁରୀ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ସେମାନେ ଆସିଥିବା ସୂଚନା ରହିଛି। ଏହି ଟିମ୍ ଗର୍ଭଗୃହ ଭିତରେ ଥିବା ଅବସ୍ଥା ତଥା କଳାହାଟ ଦ୍ୱାରରେ ରୁପା ଛାଉଣୀ ଲଗାଯିବା ସମ୍ପର୍କରେ ଅନୁଧ୍ୟାନ କରିବ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ୍ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ।