Posted inଖେଳ

ଅଗଷ୍ଟ ୩୧ରୁ ଏସିଆ କପ୍‌

ନୂଆଦିଲ୍ଲୀ,୧୫ା୬: ଏସିଆ କପ୍‌ କ୍ରିକେଟକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ହାଇବ୍ରିଡ୍‌ ମଡେଲରେ ଟୁର୍ନାମେଣ୍ଟ ଖେଳାଯିବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ୪ଟି ମ୍ୟାଚ୍‌ ପାକିସ୍ତାନରେ ଏବଂ ୯ଟି ଶ୍ରୀଲଙ୍କାରେ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ଖେଳାଯିବ।

ଜୟ ଶାହାଙ୍କ ନେତୃତ୍ୱାଧୀନ ଏସିସି ପାକିସ୍ତାନ କ୍ରିକେଟ ବୋର୍ଡର ହାଇବ୍ରିଡ୍‌ ମଡେଲକୁ ଗ୍ରହଣ କରିବା ପରେ ୫୦ ଓଭର ବିଶିଷ୍ଟ ଟୁର୍ନାମେଣ୍ଟର ଆୟୋଜନ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି। ପ୍ରସ୍ତାବ ଅନୁସାରେ ପାକିସ୍ତାନରେ ୪ଟି ଅଣ ଭାରତୀୟ ମ୍ୟାଚ ଖେଳାଯିବ। ଦୁଇ ଦେଶ ମଧ୍ୟରେ ରାଜନୈତିକ ଉତ୍ତେଜନା ଲାଗି ରହିଥିବାରୁ ପାକିସ୍ତାନକୁ ଦଳ ପଠାଇବା ଲାଗି ବିସିସିଆଇ ରାଜି ହୋଇ ନ ଥିଲା। ଫଳରେ ହାଇବ୍ରିଡ୍‌ ମଡେଲ ପ୍ରସ୍ତାବ ଆସିଥିଲା। ଏସିଆ କପ୍‌ ୨୦୨୩ରେ ମୋଟ ୧୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳାଯିବ। ଏଥିରେ ଭାରତ ଓ ପାକିସ୍ତାନ ବ୍ୟତୀତ ଶ୍ରୀଲଙ୍କା, ବାଂଲାଦେଶ, ଆଫଗାନିସ୍ତାନ ଓ ନେପାଳ ଅଂଶଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri