ଅସ୍ମିତା ସବୁବେଳେ ସ୍ବାଭିମାନ ସହ ଯୋଡ଼ିହୋଇ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ଭାଷା ଓ ସଂସ୍କୃତି ହିଁ ଆମର ଅସ୍ମିତା। ଆଉ ଅସ୍ମିତା ସବୁବେଳେ ସ୍ବାଭିମାନ ସହ ଯୋଡ଼ି ହୋଇ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭୁବନେଶ୍ୱରରେ ଓଡ଼ିଶା @୧୦୦ ସମ୍ଭାବନାର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଓଡ଼ିଶାର ସ୍ବାଭିମାନ ଏବଂ ଓଡ଼ିଆ ଅସ୍ମିତାର ସଂକଳ୍ପକୁ ନେଇ ‘ଆମେ ଓଡ଼ିଆ’ ସଂଗଠନ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ୮ ଯୁବ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସହ ଧର୍ମେନ୍ଦ୍ର ପ୍ରତ୍ୟକ୍ଷ ଆଲୋଚନା କରଛନ୍ତି। ସେମାନେ ହେଉଛନ୍ତି ଯୁବ ଉଦ୍ୟୋଗୀ ଦେବେନ୍ଦ୍ର ପ୍ରଧାନ, ତାଳଚେରରୁ ଅଯୋଧ୍ୟା ପର୍ଯ୍ୟନ୍ତ ଖାଲିପାଦରେ ଯାତ୍ରା କରିଥିବା ଶୁଭମ ସାହୁ, ଦେବଗଡ଼ର ପର୍ବତାରୋହୀ ଶଶିଭୂଷଣ ମାଝୀ, ବାଲେଶ୍ୱର ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ପ୍ରଫେସର ଭାରତୀ ବାଳା ପଟ୍ଟନାୟକ, ବ୍ରହ୍ମପୁରର ସମାଜସେବୀ ଗଗନ ପାତ୍ର, କେନ୍ଦ୍ରାପଡ଼ାର ଲେଖକ ତଥା ପରିବେଶବିତ ସାଗର ପ୍ରଧାନ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଗବେଷକ ସୌମ୍ୟ ଜେନା ଓ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଗବେଷକ ଆୟୁଷ୍ମତୀ ନାୟକ। ଏହି ଅବସରରେ ୮୯ତମ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇବା ସହ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମହାନ ସଂଗ୍ରାମୀମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସବୁ ଓଡ଼ିଆଙ୍କ ପାଇଁ ଆଜି ଏକ ପବିତ୍ର ଦିନ। ଓଡ଼ିଶା ଦିବସ ଆମର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟକୁ ପାଳନ କରିବାର ମହାନ ଅବସର। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଆମ ରାଜ୍ୟ ଓଡ଼ିଶା ଦେଶର ସର୍ବପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବରେ ପ୍ରତିଷ୍ଠିତ ହୋଇଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକୀର ମୋହନ ସେନାପତି, କବିବର ରାଧାନାଥ ରାୟ, ସ୍ବଭାବ କବି ଗଙ୍ଗାଧର ମେହେର ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଭଳି ଓଡ଼ିଶାର ଅନେକ ବୀରପୁତ୍ର ସଂଘର୍ଷ କରି ଓଡ଼ିଶା ପ୍ରଦେଶ ଗଠନ କରିଥିଲେ। ଓଡ଼ିଆ ଜାତି ଓ ସଭ୍ୟତାରେ ବିଶ୍ୱାସ ରଖୁଥିବା ପିଲାମାନେ କେବେ ସ୍ବାଭିମାନ ସହ ବୁଝାମଣା କରିନାହାନ୍ତି । ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିରେ ସ୍ବତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବା ପାଇଁ ଆଉ ୧୨ ବର୍ଷ ବାକି ଅଛି। ଓଡ଼ିଶାକୁ ଆଗକୁ ନେବା ପାଇଁ ସମ୍ମାନିତ ହୋଇଥିବା ଯୁବ ବନ୍ଧୁଙ୍କ ସ୍ବପ୍ନ ଓ ବଡ ଭାବିବାର ଅଭିଳାଷ ପ୍ରଶଂସନୀୟ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା...

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image