ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା ବିଧାୟକ ଏବଂ ଏମ୍‌ପିଙ୍କ ପାଇଁ ପ୍ରଚାର କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ବିଷୟରେ ଲୋକଙ୍କୁ ଅବଗତ କରିବା ସହ ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟ ଦାନ କରିବାକୁ ଭୋଟରଙ୍କୁ ଅନୁରୋଧ କରିଥିଲେ। ସେହିପରି ଶାସକ ବିଜେଡି ଉପରେ ସେ ଖୁବ୍‌ ବର୍ଷିଥିଲେ। ରାଜ୍ୟ ତଥା ଦେଶରେ ସୁଶାସନ ତଥା ଧାନର ସହାୟକ ମୂଲ୍ୟ ବୃଦ୍ଧି, ସୁଭଦ୍ରା ଯୋଜନା, ପ୍ରତ୍ୟେକ ମହିଳାଙ୍କୁ ମାସିକ ସହାୟତା, ବାର୍ଦ୍ଧକ୍ୟ, ବିଧବା ଭତ୍ତା ମାସକୁ ୩ହଜାରକୁ ବୃଦ୍ଧି ବିଷୟରେ ଅନ୍ୟ ରାଜ୍ୟ ସହିତ ତୁଳନା କରି ରାଜ୍ୟ ସରକାରଙ୍କୁ ଭର୍ତ୍ସନା କରିଥିଲେ। ବିଧାୟକ ପ୍ରାର୍ଥୀ ନିହାର ମହାନନ୍ଦ, ସୁଜାତା ପ୍ରଧାନ, କୃଷ୍ଣଚନ୍ଦ୍ର ମହାନ୍ତି, ଲକ୍ଷ୍ମୀ ରଥ, ଯଶୋବନ୍ତ ସେଟ୍‌, ରଞ୍ଜନ ସେଟ, ବିପିନ ଭୋସାଗର, ଡି ମୁରଲୀ କ୍ରୀଷ୍ଣା, ମିଲନ ସେଟ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri