Posted inଜାତୀୟ

ଆସାମରେ ବନ୍ୟା ବିତ୍ପାତ: ଟ୍ରାକ୍‌ରେ ଓଲଟିପଡ଼ିଲା ଟ୍ରେନ୍‌

ଗୁଆହାଟି,୧୭।୫: ଆସାମରେ ଲଗାତର ଭାବେ ବର୍ଷା ଲାଗିରହିଛି। ଫଳରେ ସହରର ଅନେକ ସ୍ଥାନରେ ଜଳାର୍ଣ୍ଣବ ହୋଇଯାଇଛି। ସେହିପରି ବର୍ଷା ଯୋଗୁ ଅନେକ ଅଞ୍ଚଳ ବନ୍ୟା ଓ ଭୂସ୍ଖଳନ ହେତୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟର ପ୍ରାୟ ୨୦ଟି ଜିଲା ପ୍ରଭାବିତ ହୋଇଥିବା ବେଳେ ପାଣି ଘେରରେ ପ୍ରାୟ ୧.୯୭ଲକ୍ଷ ଲୋକ ରହିଥିବା ସୂଚନା ରହିଛି। ଆସାମ ଓ ପଡ଼ୋଶୀ ରାଜ୍ୟ ମେଘାଳୟ,ଅରୁଣାଚଳ ପ୍ରଦେଶରେ ଗତ କିଛି ଦିନରୁ ଲଗାତର ବର୍ଷା ଯୋଗୁ ନଦୀଗୁଡ଼ିକରେ ପାଣିର ସ୍ତର ବୃଦ୍ଧି ପାଇଥିବା ବେଳେ କୋପିଲି ନଦୀରେ ପାଣି ବିପଦ ସଙ୍କେତ ଉପରେ ବୋହୁଛି। ଅନ୍ୟପଟେ ଲଗାତର ବର୍ଷା ଓ ଭୂସ୍ଖଳନ ଯୋଗୁ ଆସାମର ଦିମା ହସାଓ ଜିଲାର ହାଫଲୋଙ୍ଗ ଷ୍ଟେସନ ଏବେ ପାଣି ଘେରରେ। ବନ୍ୟା ପାଣିରେ ବୁଡ଼ିରହିଥିବା ଏହି ଷ୍ଟେସନର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି। ଦେଖୁ ଦେଖି କିଭଳି ପାଣିର ସୁଅରେ ଷ୍ଟେସନରେ ଠିଆ ହୋଇଥିବା ଏକ ଟ୍ରେନ୍‌ ଟ୍ରାକ୍‌ରୁ ଓଲଟି ପଡ଼ୁଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବନ୍ୟା ଯୋଗୁ ଟ୍ରେନ୍‌ ଯାତ୍ରା ମଧ୍ୟ ପ୍ରଭାବିତ ହୋଇଛି। ସେହିପରି ନାଗାଅଁ ଜିଲାର କାମପୁର ଅଞ୍ଚଳ ମଧ୍ୟ ବନ୍ୟା ଯୋଗୁ ପ୍ରଭାବିତ ହୋଇଛି। ହଜାର ହଜାର ଲୋକ ଉକ୍ତ ଗାଁରେ ପାଣି ଘେରରେ ଫସିରହିଛନ୍ତି। ଫଳରେ ପ୍ରଶାସନ ପକ୍ଷରୁ ସେମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସହାୟତା ପାଇଁ ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ଅର୍ଦ୍ଧସୈନିକ ବଳ, ଅଗ୍ନିଶମ ବିଭାଗ, ଜରୁରୀକାଳୀନ ସେବା, ଏସ୍‌ଡିଆରଏଫ୍‌, ନାଗରିକ ପ୍ରଶାସନ ଓ ତାଲିମପ୍ରାପ୍ତ ସ୍ବେଚ୍ଛାସେବୀମାନଙ୍କୁ ରେସକ୍ୟୁରେ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri