ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭହୋଇ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନ ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୧୦ ଏବଂ ୧୧ ତାରିଖ ଶନିବାର ଓ ରବିବାର ପଡୁଥିବାରୁ କାର୍ଯ୍ୟ ଦିବସ ରଖାଯାଇନାହିଁ। ତେବେ ଏହି ଅଧିବେଶନ ସମୟରେ ରାଜ୍ୟ ସରକାର ୨୦୨୪-୨୫ ମସିହା ପାଇଁ ଅନ୍ତରୀଣ ବଜେଟ ଆଣିବାକୁ ଯାଉଛନ୍ତି। କାର୍ଯ୍ୟ ଦିବସ ଆରମ୍ଭ ଦିନ ରାଜ୍ୟପାଳ ଗୃହରେ ନିଜର ଅଭିଭାଷଣ ରଖିବେ। ଏହାପରେ ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖାଯିବ। ଦ୍ୱିତୀୟ ଦିନ କାର୍ଯ୍ୟଦିବସରେ ମଧ୍ୟ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା। ତୃତୀୟ କାର୍ଯ୍ୟଦିବସରେ ଗୃହରେ ବଜେଟ ଉପସ୍ଥାପନ କରାଯିବ। ବିଧାନସଭା ଆରମ୍ଭହେବା ପୂର୍ବରୁ ରବିବାର ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚନ୍ଦ୍ର ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। ଗୃହକୁ ସୁରୁଖୁରୁରେ ଚଳାଇବା ଲାଗି ବାଚସ୍ପତି ସବୁ ଦଳର ସହଯୋଗ ଲୋଡ଼ିଥିଲେ। ତେବେ ବୈଠକ ଶେଷରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ବିଧାନସଭାରେ ଯେଉଁସବୁ କାର୍ଯ୍ୟଦିବସ ରହିଛି ତାହା କିପରି ଚାଲିବ ସେନେଇ ସର୍ବସମ୍ମତି ପ୍ରକାଶ ପାଇଛି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିଛି। ଦ୍ୱିତୀୟ ଦିନ ପୂର୍ବତନ ରାଜ୍ୟପାଳଙ୍କ ବିୟୋଗ ହୋଇଥିବାରୁ ଶୋକପ୍ରସ୍ତାବ ଆସି ଗୃହ ମୁଲତବୀ ରହିବ। ଏହାପରେ ଯେମିତି ସବୁ କାର୍ଯ୍ୟ ଦିବସ ରହିଛି ହେବା ଲାଗି ସେପରି ହେବ ବୋଲି ସେ କହିଛନ୍ତି। ଅନ୍ୟପଟେ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷାବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବ। ଏନେଇ ଡିଜି ଇନଚାର୍ଜ ଅରୁଣ ଷଡ଼ଙ୍ଗୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ଲାଗି ମୋଟ୍‌ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ବିଧାନସଭାଠାରୁ ଆରମ୍ଭକରି ଲୋୟର ପିଏମ୍‌ଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଲାଗି ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri