ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ,୧୨।୭: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ନିମାପଡ଼ା ସବ ଡିଭିଜନର ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଢ଼େଙ୍କାନାଳସ୍ଥିତ ମୋଟଙ୍ଗା ଥାନା ଅନ୍ତର୍ଗତ ପୈତୃକ ଘର ,ଟାଉନ ପ୍ଲାନିଂ ସ୍ଥିତ ଘର,ଦକ୍ଷିଣକାଳୀ ସ୍ଥିତ ଶ୍ୱଶୁର ଘର ଓ ମଙ୍ଗଳପୁର ସ୍ଥିତ ଫାର୍ମ ହାଉସରେ ଭିଜିଲାନ୍ସ ଟିମ ଚଢାଉ କରିଛନ୍ତି। ଏହା ସହିତ ନିମାପଡ଼ା ଓ ଭୁବନେଶ୍ୱରରେ ମଧ୍ୟ ଚଢାଉ ଚାଲିଥିବା ସୂଚନା ମିଳିଛି। ଏହି ଚଢାଉରେ ୫ଜଣ ଡିଏସ୍‌ପି ଓ ୧୨ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

Share