ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ ପ୍ରତାପ ଜେନା ଓ ସମୀର ରଞ୍ଜନ ଦାଶ ଏବଂ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ପ୍ରମୁଖ ଉପସ୍ଥିତ ଥଲେ । ଏହା ସହିତ ଅନେକ କଳାକାର ଓ ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।
ରବିବାର ରାତିରେ ୮୩ ବର୍ଷ ବୟସରେ ସେ ପରପାରିକୁ ଚାଲିଗଲେ। ପ୍ରଫୁଲ୍ଲଙ୍କ ବିୟୋଗ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ସୃଷ୍ଟି କରିଛି ।

Share