ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ,୯ା୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

Image

ଅରବିନ୍ଦ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ଗତବର୍ଷ ୨୧ ସେପ୍ଟେମ୍ବରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶପଥ ନେଇଥିଲେ। ତାଙ୍କର କାର୍ଯ୍ୟକାଳ ସାଢ଼େ ୪ ମାସ ରହିଲା। ଆତିଶୀ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ। ତାଙ୍କ ପୂର୍ବରୁ ଭାଜପାର ଦିବଂଗତ ନେତ୍ରୀ ସୁଷମା ସ୍ବରାଜ ଏବଂ ୧୫ ବର୍ଷ ଧରି ଦିଲ୍ଲୀରେ ଶାସନ କରିଆସିଥିବା କଂଗ୍ରେସର ଦିଗଂଗତ ନେତ୍ରୀ ଶୀଲା ଦୀକ୍ଷିତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହୋଇଥିଲେ। ଆତିଶୀ ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ।

Image

ଶନିବାର ୭୦ ସିଟ୍‌ ମଧ୍ୟରୁ ଦିଲ୍ଲୀ ବିଧାନସଭାରେ ଭାଜପା ୪୮ଟି ସିଟ୍‌ ଦଖଲ କରିଥିଲା। ଆମ୍‌ ଆଦ୍‌ମୀ ପାର୍ଟିକୁ ୨୨ଟି ସିଟ୍‌ ମିଳିଥିଲା। କଂଗ୍ରେସ ଲଗାତର ତୃତୀୟ ଥର ପାଇଁ ତା’ର ଖାତା ଖୋଲିପାରିଲା ନାହିଁ।

ଦିଲ୍ଲୀରେ ଭାଜପା ବହୁତ ଭଲ ପ୍ରଦର୍ଶନ କରିଛି। ଏହା ମଧ୍ୟରେ କେଜ୍‌ରିଓ୍ବାଲ ଏବଂ ମନୀଷ ସିସୋଡିଆଙ୍କ ସହିତ ଆମ୍‌ ଆଦ୍‌ମୀ ପାର୍ଟିର କିଛି ବଡ଼ ନେତା ପରାଜୟ ଲାଭ କରିଛନ୍ତି। ଆତିଶୀଙ୍କ ବ୍ୟତୀତ ୩ ମନ୍ତ୍ରୀ ଗୋପାଳ ରାୟ, ମୁକେଶ ଅହଲ୍ୟାବତ ଏବଂ ଇମ୍ରାନ ହୁସେନ ବି ବିଜୟ ଲାଭ କରିଛନ୍ତି। ଆପ୍‌ର ପ୍ରମୁଖ ରଣନୀତିଜ୍ଞ ଆତିଶୀ ଭାଜପାର ରମେଶ ବିଧୂଡ଼ିଙ୍କୁ ୩,୫୨୧ ଖଣ୍ଡ ଭୋଟ୍‌ରେ ପରାଜୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ

ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା।...

ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍‌

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍‌’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ...

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା...

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image