Posted inଜାତୀୟ

ରାଜଧାନୀରେ ପ୍ରବଳ ବର୍ଷା, ୫ ମୃତ

ନୂଆଦିଲ୍ଲୀ, ୨୯।୦୬: ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା ହୋଇଛି । ମୌସୁମୀ ପ୍ରଭାବରୁ ଦିଲ୍ଲୀରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆନୁମାନ କରିଛି ପାଣିପାଗ ବିଭାଗ । ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗତ ୨୪ ଘଣ୍ଟା ଭିତରେ ଦିଲ୍ଲୀରେ ୨୨୮.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଫଳରେ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ସେମାନଙ୍କ ମଧ୍ୟରେ ଦୁଇଜଣ ଶିଶୁ ରହିଛନ୍ତି । ଶନିବାର ଦିଲ୍ଲୀ ଏନ୍‌ସିଆର, ଦ଼୍ବାରକା, ପାଲାମ, ବସନ୍ତ ବିହାର, ବସନ୍ତ କୁଞ୍ଜ, ଗୁରଗାଁଓ, ଫରିଦାବାଦ, ମନେସାର ଆଦି ଅଞ୍ଚଳରେ ବର୍ଷା ପବନ ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନା ଥାଉକି, ଶୁକ୍ରବାର ବର୍ଷାରେ ଦିଲ୍ଲୀ AIIMSର ଅପରେସନ ଥିଏଟରରେ ପାଣି ପଶିଯିବାରୁ ହେବାକୁ ଥିବା ଅପରେସନ୍‌ ହୋଇପାରିନାହିଁ । ଦିଲ୍ଲୀ AIIMS ର ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ନଅଟି ଅପରେସନ ଥିଏଟର ବନ୍ଦ ରହିଛି । ଅପରେସନ ଥିଏଟର ବନ୍ଦ ଥିବାରୁ ୧୨ରୁ ଅଧିକ ଅସ୍ତ୍ରୋପଚାର ହୋଇପାରିନାହିଁ ।

ଫଳରେ ଗୁରୁତର ରୋଗୀମାନଙ୍କର ଅସ୍ତ୍ରୋପଚାର କରିବାକୁ ଥିବା ବେଳେ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । କୁହାଯାଉଛି ଯେ ଡାକ୍ତରଖାନାର ଷ୍ଟୋର ରୁମରେ ମଧ୍ୟ ବର୍ଷା ପାଣି ଭରି ରହିଛି । AIIMS ପକ୍ଷରୁ ଏ ନେଇ କୁହାଯାଇଛି ଯେ, ଜରୁରୀକାଳୀନ ଅସ୍ତ୍ରୋପଚାର ଆବଶ୍ୟକ କରୁଥିବା ରୋଗୀଙ୍କୁ ରାଜଧାନୀର ସଫଦରଜଙ୍ଗ ଏବଂ ଅନ୍ୟାନ୍ୟ ସରକାରୀ ଡାକ୍ତରଖାନାକୁ ପଠାଯିବା ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ମଧ୍ୟ ଅପରେସନ ଥିଏଟର ପ୍ରଭାବିତ ହୋଇପାରେ ବୋଲି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ...

ପ୍ରଶାସନିକ ବିଫଳତାରୁ ଦଳାଚକଟା

ହାଥରସ୍‌,୬ା୭: ଉତ୍ତରପ୍ରଦେଶର ହାଥ୍‌ରସ୍‌ ଜିଲାରେ ଭୋଲେ ବାବାଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଦଳାଚକଟା ଘଟି ୧୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାର ବିରୋଧୀ ଦଳ ନେତା...

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ...

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି...

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପୁଣି ଗିରଫ ହେଲେ କ’ଣ କେଜ୍‌ରିଓ୍ବାଲଙ୍କ ରାସ୍ତାରେ ଚାଲିବେ? ସାମ୍ନାରେ ରହିଛି ଏହି ୩ ବିକଳ୍ପ

ରାଞ୍ଚି,୫।୭: କଥିତ ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହେଲେ ତାଙ୍କ ରାସ୍ତାର କଣ୍ଟା ଏଯାଏ ସଫା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri