କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର କଲେଜରେ ମନ୍ତ୍ରୀ ପୂଜାରୀଙ୍କ କାର୍ଯ୍ୟକ୍ରମ ସରିବା ପରେ କଲେଜ କର୍ମଚାରୀଙ୍କ ଉପରେ ଜଣେ ଯୁବକ ଆକ୍ରମଣ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ କଲେଜ କର୍ମଚାରୀମାନେ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଏତଲା ଦେଇଛନ୍ତି। ଅଭିଯୁକ୍ତ ଯୁବକଙ୍କ ବିରୋଧରେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେମାନେ ଦାବି କରିଛନ୍ତି। ତେବେ ସମ୍ପୃକ୍ତ ଯୁବକ ଜଣକ ନିଜଙ୍କୁ ଜଣେ ଭାଜପା କାର୍ଯ୍ୟକର୍ତ୍ତା ଭାବେ ପରିଚୟ ଦେଇ ଆକ୍ରମଣ କରିଥିବା କଲେଜ କର୍ମଚାରୀ କହିଛନ୍ତି। ଏତଲା ପାଇବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ଶନିବାର ମନ୍ତ୍ରୀ ପୂଜାରୀ ଉକ୍ତ କଲେଜର ଛାତ୍ରୀ କମନ ରୁମ ଏବଂ ଅଡିଟୋରିୟମ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ପୂଜାରୀ ଏବଂ ଅନ୍ୟ ଅତିଥିବୃନ୍ଦ ଏକ କୋଠରିରେ ବସିଥିଲେ। ସେହି ସମୟରେ ସମ୍ପୃକ୍ତ ଯୁବକ ସେହି କୋଠରିରେ ବସିଥିବା ଯୋଗୁ କଲେଜର ଚତୁର୍ଥ ଶ୍ରେଣୀ କର୍ମଚାରୀ ଯୁଧିଷ୍ଠିର ସାହୁ ସେଠାରୁ ବାହାରି ଆସିବାକୁ ତାଙ୍କୁ କହିଥିଲେ। ସମ୍ପୃକ୍ତ ଯୁବକ ସେହି ସମୟର ରାଗ ରଖିଥିଲେ ଏବଂ ମନ୍ତ୍ରୀ କାର୍ଯ୍ୟକ୍ରମ ସାରି ଯିବା ପରେ ସେ ଯୁଧିଷ୍ଠିରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ତେବେ ସମ୍ପୃକ୍ତ ଯୁବକ ଯୁଧିଷ୍ଠିରଙ୍କୁ ଆକ୍ରମଣ କରୁଥିବା ଦେଖି କଲେଜର ଅନ୍ୟ ମହିଳା, ପୁରୁଷ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ପ୍ରତିରୋଧ କରିଥିଲେ। ମାତ୍ର ସମ୍ପୃକ୍ତ ଯୁବକ ସେମାନଙ୍କୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ କଲେଜ ଅଧ୍ୟକ୍ଷଙ୍କ ସମେତ କର୍ମଚାରୀମାନେ ଗ୍ରାମାଞ୍ଚଳ ଥାନାରେ ଏତଲା ଦେଇଛନ୍ତି। ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri