ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା ପ୍ରଣବ ଅଭିଯୋଗ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ଉପରେ ଆକ୍ରମଣ ପରେ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିଜେଡି ମୁଖିଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ନବୀନ ଏକ୍ସରେ ଏକ ପୋଷ୍ଟ କରି ଲେଖିଥିଲେ, ”ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି।

ଜନପ୍ରତିନିଧିମାନେ ଯଦି ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ତଥା କାର୍ଯ୍ୟକଳାପକୁ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା, ସ୍ଥାଣୁ ତଥା ଏକପାଖିଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।”

ସୂଚନାଯୋଗ୍ୟ, ପ୍ରଣବ ବଳବନ୍ତରାୟ ରବିବାର ଆରୁହା ଗାଁରେ ମାଆ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ବିରୋଧ ତାଙ୍କ ଗାଡି ଉପରକୁ ଦୁର୍ବୁତ୍ତ ଆକ୍ରମଣ କରିଥିଲେ। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ସ୍ୱାଧୀନ ବିଧାୟକ ହିମାଂଶୁ ସାହୁଙ୍କ ନିର୍ଦ୍ଦେଶରେ ଗୁଣ୍ଡାମାନେ ବିଜେଡି ନେତାଙ୍କ ଗାଡ଼ି ଉପରେ ଲାଠି ଏବଂ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ସହିତ ପୂର୍ବତନ ବିଧାୟକଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି କରିଥିଲା।

ସୂଚନା ପାଇ ଜେନାପୁର ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ଘଟଣା ପରେ, ବଳବନ୍ତରାୟ କାର୍ଯ୍ୟସୂଚୀ ଅନୁଯାୟୀ ଯଜ୍ଞସ୍ଥଳରେ ମା’ଙ୍କ ଦର୍ଶନ କରି ତାଙ୍କ ବାସଭବନକୁ ଫେରିଥିଲେ।ବଳବନ୍ତରାୟଙ୍କ ସହ ଯୋଗାଯୋଗ କରାଯିବାରୁ, ସେ ଘଟଣା ବିଷୟରେ ନିଶ୍ଚିତ କରିଥିଲେ ଏବଂ ଡଙ୍କାରୀ ଅଞ୍ଚଳର ପଥର ମାଫିଆମାନେ ଆକ୍ରମଣରେ ସମ୍ପୃକ୍ତ ଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି।...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

୨୬ ଯାଏଁ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର...

Video: ଜେଦ୍ଦା ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଉଦୀ ଆରବର ସ୍ୱତନ୍ତ୍ର ସ୍ୱାଗତ: ରୟାଲ ଏୟାର ଫୋର୍ସର ଏଫ-୧୫ ଜେଟ୍ସ କଲା ଏସ୍କର୍ଟ

ନୂଆଦିଲ୍ଲୀ,୨୨।୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାଉଦୀ ଆରବରେ ଏକ ଐତିହାସିକ ଓ ସ୍ୱତନ୍ତ୍ର ସ୍ୱାଗତ କରାଯାଇଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବିଶେଷ ବିମାନ ‘ଏୟାର ଇଣ୍ଡିଆ...

ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ: ୫ ପର୍ଯ୍ୟଟକ ଆହତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମର ବୈସରନ ଉପତ୍ୟକାରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ୫ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଏହି ଅଞ୍ଚଳ, ଯାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image