ଯୁବକଙ୍କୁ ଖଣ୍ଡାରେ ହାଣି ଟଙ୍କା, ସୁନା ଚେନ୍‌ ଲୁଟ

ଗୋପାଳପୁର,୩୦।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଏକ ଜରି ଫେକ୍ଟ୍ରି ନିକଟରେ ଜଣେ ଯୁବକଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରି ୩୦ ହାଜର ଟଙ୍କା ସହ ସୁନା ଚେନ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି। ତଦନ୍ତ ପରେ ପୋଲିସ ଶୁକ୍ରବାର ରାତିରେ ଘଟଣାରେ ସମ୍ପୃକ୍ତ ଜଣେ ଅଭଯୁକ୍ତଙ୍କୁ ଗିରଫ କରିଛି l ଗିରଫ ଯୁବକ ଜଣକ ହେଲେ ଥାନା ଅଧୀନ ପଞ୍ଚମା ଗ୍ରାମର ପିଣ୍ଟୁ ନାହାକ।

ମିଳିଥିବା ସୂଚନା ମୁତାବକ, ଗୋଳନ୍ଥରା ଥାନା ଅଧୀନ ଚାନ୍ଦପୁର ଗ୍ରାମର କାହ୍ନୁ ଚରଣ ମହାନ୍ତି ଗୁରୁବର ରାତି ୨ଟାରେ ବ୍ରହ୍ମପୁରରୁ ନିଜ ଗାଁକୁ ବାଇକ୍‌ରେ ଫେରୁଥିଲେ। ସେତିକିବେଳେ ଗାଁ ନିକଟରେ ଥିବା ଏକ ଜରି ଫେକ୍ଟ୍ରି ନିକଟରେ ପିଣ୍ଟୁ ନାହାକଙ୍କ ସମେତ କେତେଜଣ ଅସାମାଜିକ ଯୁବକ ତାଙ୍କୁ ଅଟକାଇ ଖଣ୍ଡାରେ ଆକ୍ରମଣ କରିଥିଲେ। ପରେ ସେମାନେ ପିଣ୍ଟୁଙ୍କଠାରୁ ୩୦ହାଜର ଟଙ୍କା ସହ ପିନ୍ଧିଥିବା ଏକ ସୁନା ଚେନ୍‌ ଲୁଟିନେଇ ଫେରାର ହୋଇଯାଇଥିଲେ l

ଏନେଇ କାହ୍ନୁ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୩୪୯/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଶୁକ୍ରବାର ରାତିରେ ପଞ୍ଚମାରେ ଚଢ଼ାଉ କରି ଗୋଡାଇ ଗୋଡାଇ ଅଭିଯୁକ୍ତ ପିଣ୍ଟୁଙ୍କୁ କାବୁ କରିଥିଲା l ପିଣ୍ଟୁକୁ ପୋଲିସ ଗିରଫ କରିଥିବା ବେଳେ ଶନିବାର କୋର୍ଟ ଚାଲାଣ କରାଯିବା ବୋଲି ସୂଚନା ମିଳିଛି l ଘଟଣାରେ ଅନ୍ୟ ଯେଉଁମାନେ ସମ୍ପୃକ୍ତ ରହିଛନ୍ତି ସେମାନଙ୍କୁ ମଧ୍ୟ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ କହିଛନ୍ତି। ଏପରିକି ପିଣ୍ଟୁ ନାଁରେ ପୂର୍ବରୁ ଗୋଳନ୍ଥରା ଥାନା ଏକାଧିକ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

ଗାଁ ମୁହାଁ ଭାଲୁ, ଲୋକେ ଭୟଭିତ

କୋକସରା,୧୯।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କନ୍ଦାବୁଟ୍ରା ପଞ୍ଚାୟତ ଘୁର୍ଲୁଗୁଡା ନିକଟ ଚାଷଜମିକୁ ଲାଗି ରହିଥିବା ପଡ଼ିଆରେ ଏକ ଭାଲୁ ଖାଦ୍ୟ ଅନ୍ବେଷଣରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri