ରାସ୍ତା ନିର୍ମାଣ ବେଳେ ପେଟି ଠିକାଦାରଙ୍କୁ ଆକ୍ରମଣ

କେସିଙ୍ଗା,୨୮ା୪ (ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ପଞ୍ଚାୟତ ମଶାଣିବନ୍ଧ ଗ୍ରାମଠାରେ ଆର୍‌ଡ଼ି ବିଭାଗ ପକ୍ଷରୁ ରାସ୍ତାକାମ ଚାଲୁରହିଛି। ଏପରିସ୍ଥଳେ ଗ୍ରାମର ଜଣେ ବ୍ୟକ୍ତି ସୋମବାର ରାସ୍ତାକାମକୁ ବିରୋଧ କରି ପେଟି ଠିକାଦାର ନେପାଳ ପ୍ରଧାନ (୩୪) ଓ ମୁନ୍‌ସି ଚୌଧୁରୀ ସାହୁଙ୍କୁ ଆକ୍ରମଣ କରି ଜୀବନରେ ମାରିଦେବା ପାଇଁ ଧମକ ଦେଇଛନ୍ତି। ଏ ନେଇ ପେଟି ଠିକାଦାର ବାଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ ମଶାଣିବନ୍ଧ ଗ୍ରାମଠାରୁ କଳାରପଦର ଗ୍ରାମ ଯାଏ ଆର୍‌ଡ଼ି ବିଭାଗ ପକ୍ଷରୁ ୧୪.୫କିମି ପିଚୁ ରାସ୍ତା ନିର୍ମାଣାଧୀନ ରହିଛି। ସୋମବାର ମଧ୍ୟାହ୍ନରେ ସମ୍ପୃକ୍ତ ବ୍ୟକ୍ତି ଜଣକ କାର୍ଯ୍ୟସ୍ଥଳରେ ପହଞ୍ଚତ୍ ଗ୍ରାମରେ ବିବାହ କାମ ଅଛି, ଗର୍ଭବତୀ ମହିଳା ହସ୍ପିଟାଲକୁ ଯିବା ଅସୁବିଧା ହେବ କହି ପେଟି ଠିକାଦାର ଓ ମୁନ୍‌ସିଙ୍କୁ ଆକ୍ରମଣ କରିଥିଲେ। ଏ ସଂକ୍ରାନ୍ତରେ ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ରଙ୍କୁ ପଚାରିବାରୁ ମଙ୍ଗଳବାର ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ପରେ ଯାହା ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri