ବାପା, ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ବଡ଼ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ବୃନ୍ଦାବନ ଗୌଡ଼ ଏବଂ ତାଙ୍କ ସାନପୁଅ ଶଙ୍କର ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ବୃନ୍ଦାବନଙ୍କ ବଡ଼ପୁଅ ରାଜେନ୍ଦ୍ର ଗୌଡ଼ଙ୍କୁ ଶନିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା( ନଂ.୨୭୩/୨୪) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଗତ ଜୁଲାଇ ୧୧ ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ପାରିବାରିକ ବିବାଦକୁ କେନ୍ଦ୍ରକରି ଅଭିଯୁକ୍ତ ରାଜେନ୍ଦ୍ର ଏକ ଠେଙ୍ଗାରେ ବାପା ଏବଂ ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ବାପା ବୃନ୍ଦାବନ ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମାରୁଜୁ କରିଥିଲେ। ଘଟଣା ପରଠାରୁ ଗିରଫ ଭୟରେ ଅଭିଯୁକ୍ତ ଫେରାରଥିଲେ। ସେ ଗାଁକୁ ଫେରିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଝୁନୁ ମାଝୀ ଅଭିଯୁକ୍ତଙ୍କୁ ଶୁକ୍ରବାର ରାତିରେ ଗିରଫ କରି ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଠେଙ୍ଗାକୁ ଜବତ କରିଥିଲେ। ବୃନ୍ଦାବନ ତାଙ୍କ ଝିଅ ବାହାଘରରେ ପ୍ରାୟ ୮ ଲକ୍ଷ ଟଙ୍କା ଋଣ ହୋଇଥିଲେ। ଘଟଣା ଦିନ ଗାଁରେ ଅନ୍ୟ ଏକ ଘରେ ରହୁଥିବା ବଡ଼ପୁଅ ରାଜେନ୍ଦ୍ର ଋଣ ପରିଶୋଧ ପାଇଁ ଟଙ୍କା ମାଗିଥିଲେ। ସେ ମନା କରିବାରୁ ବୃନ୍ଦାବନ ତାଙ୍କୁ ତୁରନ୍ତ ଘର ଖାଲି କଲେ ଘରକୁ ବିକ୍ରି କରି ଋଣ ପରିଶୋଧ କରିବାକୁ କହିଥିଲେ। ଏଥିରେ ଉତ୍ତେଜିତ ହୋଇ ରାଜେନ୍ଦ୍ର ଘରେ ଥିବା ଠେଙ୍ଗାରେ ଉଭୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri