ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ନିନ୍ଦା କଲେ ବାଇଡେନ କହିଲେ ଯିଏ ଦୋଷୀ…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପୁଣି ହତ୍ୟା ଉଦ୍ୟମ ହୋଇଛି। ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି। ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଟ୍ରମ୍ପ। ତାଙ୍କ ଦେହରେ ଗୁଳି ବାଜି ନାହିଁ। ସେ ସୁରକ୍ଷିତ ଥିବା ଜଣାପଡ଼ିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ତାଙ୍କଠାରୁ ଏକେ-୪୭ ରାଇଫଲ୍‌ ଜବତ କରାଯାଇଛି। ଏଫ୍‌ବିଆଇ ତଦନ୍ତ ଆରମ୍ଭ କରୁଛି।

ଅନ୍ୟପକ୍ଷରେ ଏହି ଘଟଣାକୁ ନିନ୍ଦା କରିଛନ୍ତି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ। ସେ କହିଛନ୍ତି, ହିଂସାକୁ କେବେ ବି ବରଦାସ୍ତ କରାଯିବ ନାହିଁ। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ।

ସୂଚନା ଥାଉକି,  ପୂର୍ବରୁ ଜୁଲାଇ ୧୩ରେ ପେନ୍‌ସିଲ୍‌ଭାନିଆରେ ମଧ୍ୟ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା।  ଆୟୋଜିତ ଏକ ରାଲିରେ ଟ୍ରମ୍ପଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣି ଟ୍ରମ୍ପଙ୍କ ଅଙ୍ଗରକ୍ଷୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ଟ୍ରମ୍ପ ଅଳ୍ପକେ ବର୍ତ୍ତି ଯାଇଥିଲେ । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

Share