ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରି ବୟ’ର ଅଡିଓ ରିଲିଜ୍‌

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଅନ୍‌ଲାଇନ ସପିଂ କମ୍ପାନୀରେ କାର୍ଯ୍ୟରତ ଜଣେ ଡେଲିଭରି ବୟର କାହାଣୀକୁ ନେଇ ନିର୍ମାଣ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରି ଭୟ’। କମ୍ପାନୀରୁ ଅର୍ଡର ଗ୍ରାହକଙ୍କ ପାଖରେ ପହଞ୍ଚାଇବା ସମୟରେ ଉପୁଜୁଥିବା ବାସ୍ତବ ସମସ୍ୟାକୁ ପଦାକୁ ଆଣିଛି ଏହି ଚଳଚ୍ଚିତ୍ର। ମଙ୍ଗଳବାର ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ଅଡ଼ିଓ ରିଲିଜ୍‌ ହୋଇଛି। ମୁଖ୍ୟ ଅତିଥି ଭାବେ ଅଭିନେତା ଆକାଶ ଦାସ ନାୟକଙ୍କ ସମେତ ନିର୍ଦ୍ଦେଶକ ଅଶ୍ବିନୀ ତ୍ରିପାଠୀ, ଗୀତିକାର ସୂର୍ଯ୍ୟ ମହାପାତ୍ର, କ୍ରିଏଟିଭ୍‌ ହେଡ୍‌ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମଥର ପାଇଁ ଓଡ଼ିଆ ଚଳଚ୍ଚିତ୍ରର ଟାଇଟଲ ଗୀତକୁ ରାପ୍‌ ସଙ୍ଗୀତ ଭାବରେ ସଜାଯାଇଛି। ଏହାସହ ଆଉ ଚାରୋଟି ଗୀତ ଏଥିରେ ରହିଛି। ‘ପାନ ଗୁଆ ଖଇର ଗୁଆକାତି, ଆମେ ସବୁ ଗଭର୍ନରଙ୍କ ବଡ଼ ନାତି’ ଗୀତଟି ଦର୍ଶକ ଓ ଶ୍ରୋତାଙ୍କୁ ବେଶ ପସନ୍ଦ ଆସିବ ବୋଲି ଆଶା କରାଯାଉଛି l ଗୀତିକାର ନିର୍ମଳ ନାୟକ ଗୀତ ରଚନା କରିଥିବାବେଳେ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଉଦିତ ନାରାୟଣ, ହ୍ୟୁମାନ ସାଗର, ଅସୀମା ପଣ୍ଡା ଓ ଋତୁରାଜ ମହାନ୍ତି କଣ୍ଠଦାନ କରିଛନ୍ତି। ଉଦିତ ନାରାୟଣ ପ୍ରଥମଥର ପାଇଁ ଏକ ଡ୍ୟାନ୍ସ ନମ୍ବର ଗାଇଛନ୍ତି, ଯାହା ମୁମ୍ବାଇରେ ରେକର୍ଡିଂ କରାଯାଇଛି। ଭୁବନେଶ୍ବର, କଟକ, ରାଉରକେଲା, ବ୍ରହ୍ମପୁର ଓ ଅନୁଗୋଳ ସମେତ ୭ଟି ସହରର ବିଭିନ୍ନ ମଲ୍‌ରେ ସମ୍ପୃକ୍ତ କଳାକାରଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଅଭିନବ ଶୈଳୀରେ ଚଳଚ୍ଚିତ୍ରର ପ୍ରଚାର ପ୍ରସାର କରାଯିବ ବୋଲି କ୍ରିଏଟିଭ ହେଡ୍‌ ସୂଚନା ଦେଇଛନ୍ତି। ଚଳଚ୍ଚିତ୍ରଟି ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହେବ ବୋଲି ପ୍ରଯୋଜକ ଜ୍ୟୋତି ରଞ୍ଜନ ମହାନ୍ତି କହିଛନ୍ତି। ଡକ୍ଟର ଦୀପକ ଜେନାତ ସଂଳାପ ରଚନା ଦାୟିତ୍ୱ ତୁଲାଇଥିବାବେଳେ ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ବୁଦ୍ଧାଦିତ୍ୟ ମହାନ୍ତି, ସୂର୍ଯ୍ୟମୟୀ, ପ୍ରିୟମ୍ବଦା ଓ ଶୈଳେନ୍ଦ୍ର ପ୍ରମୁଖ ଅଡ଼ିଓ ରିଲିଜ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପ୍ରଯୋଜନା ସଂସ୍ଥା ଜେଆର୍‌ଏମ୍‌ (ଇନ୍‌ଫ୍ୟୁଜନ ଇଣ୍ଟରଟେନମେଣ୍ଟ) ଦ୍ୱାରା ପ୍ରଯୋଜିତ ଏହି ଚଳଚ୍ଚିତ୍ରର କାହାଣୀ ପରିକଳ୍ପନାରେ ଡକ୍ଚର ବାଦଲ ମହାନ୍ତି ଏବଂ ଅଭିନେତ୍ରୀ ମହାଶ୍ୱେତା ପ୍ରତ୍ୟକ୍ଷ ଭାବରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri