Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରୁ ସଫଳ ଅଧିନାୟିକାଙ୍କ ଅବସର

ମେଲବୋର୍ନ,୯ା୧୧: ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ସଫଳ ଅଧିନାୟିକା ମେଗ୍‌ ଲାନିଂ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ତାଙ୍କ ଦୀର୍ଘ ୧୩ ବର୍ଷର କ୍ୟାରିୟରରେ ୭ ବିଶ୍ୱ ଟାଇଟଲ ହାସଲ କରିଛନ୍ତି। ତନ୍ମଧ୍ୟରେ ସେ ୫ଟି ଅଧିନାୟିକା ଭାବେ ଜିତିଛନ୍ତି। ୩୧ ବର୍ଷୀୟା ଏହି ମହିଳା କ୍ରିକେଟରଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଗତବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ  ସ୍ବର୍ଣ୍ଣ ପଦକ ହାସଲ କରିଥିଲା।

ସେ ସମସ୍ତ ଫର୍ମାଟରେ ୮୩୫୨ ରନ ୨୪୧ ଗେମ୍‌ (୬ ଟେଷ୍ଟ, ୧୦୩ ଅନ୍ତର୍ଜାତୀୟ ଦିନିକିଆ, ୧୩୨ ଟେଷ୍ଟ)ରେ ସ୍କୋର କରିଥିଲେ। ଲାନିଙ୍ଗ କିନ୍ତୁ ବିଶ୍ୱବ୍ୟାପୀ ଟି୨୦ ଲିଗ୍‌ରେ ଖେଳିବା ଜାରି ରଖିବେ। ଦୀର୍ଘ ୧୩ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରକୁ ସେ ଭଲରୂପେ ଉପଭୋଗ କରିଛନ୍ତି। ନିଷ୍ପତ୍ତି କଷ୍ଟକର ଥିଲେ ମଧ୍ୟ ଅବସର ନେବା ପାଇଁ ଏହା ଉପଯୁକ୍ତ ସମୟ ବୋଲି ସେ ସ୍ଥିର କରିଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri