Posted inଖେଳ

‘ମୁଁ ହୋଇଥିଲେ…’, ରୋହିତ ଶର୍ମା ବାପା ହେବା ଉପରେ ଏମିତି କିଛି କହିଦେଲେ ଟ୍ରାଭିସ ହେଡ୍‌

ନୂଆଦିଲ୍ଲୀ,୧୮।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୋହିତ ଶର୍ମା ଖେଳିବେ ନାହିଁ ବୋଲି ନିଶ୍ଚିତ କରିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରାଙ୍କୁ ଟିମ ଇଣ୍ଡିଆର ଅଧିନାୟକ ନଜର ଆସିବେ। କହିରଖୁଛୁ ଯେ ରୋହିତ ଶର୍ମା ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି, ତାଙ୍କ ପତ୍ନୀ ରିତିକା ସାଜଦେହ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ରୋହିତ ତାଙ୍କ ପରିବାର ସହିତ ରହିବା ପାଇଁ ପର୍ଥରେ ଅନୁଷ୍ଠିତ ହେବାକୁ ଥିବା ଟେଷ୍ଟ ମ୍ୟାଚ ଖେଳିବେ ନାହିଁ। ବର୍ତ୍ତମାନ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ୍‌ କହିଛନ୍ତି ଯଦି ସେ ରୋହିତଙ୍କ ପରି ପରିସ୍ଥିତିରେ ଥାନ୍ତେ ତେବେ ସେ କ’ଣ କରିଥାନ୍ତେ?

ଟ୍ରାଭିସ ହେଡ୍‌ କହିଛନ୍ତି ଯେ ଯଦି ସେ ରୋହିତ ଶର୍ମାଙ୍କ ସ୍ଥାନରେ ଥାଆନ୍ତେ, ତେବେ ସେ ବୋଧହୁଏ ସମାନ ନିଷ୍ପତ୍ତି ନେଇଥାନ୍ତେ। ଟ୍ରାଭିସ ହେଡ କହିଛନ୍ତି, ମୁଁ ରୋହିତଙ୍କ ନିଷ୍ପତ୍ତିକୁ ସମର୍ଥନ କରୁଛି। ଯଦି ମୁଁ ସମାନ ପରିସ୍ଥିତିରେ ଥାଆନ୍ତି, ତେବେ ମୁଁ ମଧ୍ୟ ସମାନ ନିଷ୍ପତ୍ତି ନେଇଥାନ୍ତି। କ୍ରିକେଟର ହୋଇଥିବାରୁ ଆମକୁ ଅନେକ ଜିନିଷ ବଳି ଦେବାକୁ ପଡିବ। ଆମେ ବିଳାସପୂର୍ଣ୍ଣ ଜୀବନ ବିତାଉ, କିନ୍ତୁ ଅନ୍ୟପଟେ ଯଦି ଆମେ ଦେଖିବା ତେବେ ଆମକୁ ଅନେକ ସ୍ମରଣୀୟ ଘଟଣାକୁ ହରାଇବାକୁ ପଡେ। ଆଶା କରୁଛି ସେ ଶୀଘ୍ର ସିରିଜକୁ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଠକେଇ ମାମଲାରେ ଫସିଲେ ଗୌତମ ଗମ୍ଭୀର: ହାଇକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୧୧:ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଅଡୁଆ ଥମିବାର ନାଁ ଧରୁନି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ...

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଆଇପିଏଲ ନିଲାମରେ ଆୟରଙ୍କୁ କିଣିବ ଏହି ଦଳ

ନୂଆଦିଲ୍ଲୀ,୧୮।୧୧: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୫ ପୂର୍ବରୁ ୬ ଜଣ ଖେଳାଳିଙ୍କୁ ରିଟେନ କରିଛି। କିନ୍ତୁ ଅଧିନାୟକ ଶ୍ରେୟସ ଆୟରଙ୍କୁ ରିଟେନ କରାଯାଇନାହିଁ। ତାଙ୍କୁ...

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି।...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ...

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି।...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri