ପାର୍ଟନରଙ୍କୁ ବାହାହେଲେ ବହିର୍ବ୍ୟାପାର ମନ୍ତ୍ରୀ

କାନ୍‌ବେରା,୧୮ା୩: ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି। ନିଜ ସମଲିଙ୍ଗୀ ବିବାହ ସମ୍ପର୍କରେ ଓ୍ବଙ୍ଗ୍‌ ରବିବାର ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଏହି ସ୍ବତନ୍ତ୍ର ଦିନରେ ଆମ ସହ ପରିବାର ଓ ସମ୍ପର୍କୀୟମାନେ ଖୁସି ଶେୟାର କରିପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିସହ ନିଜ ପାର୍ଟନରଙ୍କ ସହିତ ମାଲେସୀୟ-ଚାଇନା ରୀତିନୀତିରେ ବିବାହ ବେଳର ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।
ଏବଂ ଆଲ୍ଲୋଉଆଚେ ପ୍ରାୟ ୨ ଦଶନ୍ଧି ଧରି ଏକାଠି ରହିଆସୁଛନ୍ତି। ସାଉଥ୍‌ ଅଷ୍ଟ୍ରେଲିଆ ରାଜଧାନୀ ଏଡେଲାଇଡେରେ ଉଭୟେ ପରସ୍ପର ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ‘ଦି ସିଡ୍‌ନି ମର୍ନିଂ ହେରାଲ୍ଡ’ରେ ରିପୋର୍ଟ ପ୍ରକାଶ ପାଇଛି। ସିନେଟରେ ଓ୍ବଙ୍ଗ୍‌ ସାଉଥ୍‌ ଅଷ୍ଟ୍ରେଲିଆରୁ ପ୍ରତିନିଧିତ୍ୱ କରନ୍ତି। ୨୦୦୨ରୁ ସେ ଲେବର ପାର୍ଟିର ସିନେଟର ରହିଆସିଛନ୍ତି। ଓ୍ବଙ୍ଗ୍‌ ହେଉଛନ୍ତି ଅଷ୍ଟ୍ରେଲିଆ ସରକାରରେ କ୍ୟାବିନେଟ ମନ୍ତ୍ରୀ ପଦ ଅଳଙ୍କୃତ କରିଥିବା ପ୍ରଥମ ଏସିଆ ଜନ୍ମିତ ବ୍ୟକ୍ତି। ଅନ୍ୟପକ୍ଷେ ଏଡେଲାଇଡେ ୟୁନିଭର୍ସିଟି ଛାତ୍ର ସଂସଦର ପୂର୍ବତନ ଅଧ୍ୟକ୍ଷା ଆଲ୍ଲୋଉଆଚେ ଓ୍ବଙ୍ଗ୍‌ଙ୍କଠାରୁ ବୟସରେ ୭ ବର୍ଷ ସାନ। ସାଉଥ୍‌ ଅଷ୍ଟ୍ରେଲିୟାର ସ୍ବାସ୍ଥ୍ୟ ଓ ମାନବ ସେବା ବିଭାଗରେ ସେ ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି। ୨୦୧୧ ଡିସେମ୍ବରରେ ସେ ଆଇଭିଏଫ୍‌ ପଦ୍ଧତିରେ ଉଭୟଙ୍କ ପ୍ରଥମ ସନ୍ତାନ ଆଲେକ୍‌ଜାଣ୍ଡ୍ରାଙ୍କୁ ଜନ୍ମ ଦେଇଥିଲେ। ୨୦୧୫ରେ ଏହି ଯୋଡ଼ିଙ୍କ ଦ୍ୱିତୀୟ ଝିଅ ହନ୍ନାହ ଜନ୍ମ ହୋଇଥିଲେ। ପ୍ରକାଶ ଯେ, ଅଷ୍ଟ୍ରେଲିଆରେ ୨୦୧୭ରୁ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ପ୍ରଦାନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri