ବାଲିଗୁଡ଼ା,୨୪ା୮(ଡି.ଏନ୍.ଏ.): ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଅଘଟଣ ଘଟିଛି। ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ଅଞ୍ଚଳରୁ କିଛି ଲୋକ ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ଅଞ୍ଚଳକୁ ନିଜ ସମ୍ପର୍କୀୟଙ୍କ ଶୁଦ୍ଧି କାର୍ଯ୍ୟରେ ଯୋଗଦେବାକୁ ଏକ ଅଟୋରେ ବାହାରିଥିଲେ। ଅଧା ବାଟରେ ଅଟୋଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇପଡ଼ିଥିଲା। ଫଳରେ ଅଟୋରେ ବସିଥିବା ୮ ଜଣ ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି।