Posted inଜାତୀୟ

ନାଥୁଲାରେ ହିମସ୍ଖଳନ: ୬ ପର୍ଯ୍ୟଟକ ମୃତ, ୮୦ରୁ ଅଧିକ ରହିଛନ୍ତି ଅଟକି…

ଗାଙ୍ଗଟକ,୪।୪ : ମଙ୍ଗଳବାର ସିକ୍କିମର ନାଥୁଲା ଅଞ୍ଚଳରେ ହୋଇଥିବା ହିମସ୍ଖଳନରେ ୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଏଥି ସହିତ ପ୍ରାୟ ୮୦ରୁ ଅଧିକ ପର୍ଯ୍ୟଟକ ଅଟକି ରହିଛନ୍ତି। ପୋଲିସ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ଆହତମାନଙ୍କୁ ରାଜ୍ୟ ରାଜଧାନୀ ଗାଙ୍ଗଟକର ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଗତିରେ ଚାଲିଛି।

ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟା ୨୦ ସମୟରେ ନାଥୁଲା ଅଞ୍ଚଳରେ ହିମସ୍ଖଳନ ଘଟିଥିଲା। ଏହି ଘଟଣା ପରେ ନିକଟସ୍ଥ ସାମରିକ ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ୬ ଜଣ ଆହତଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଚାରି ଜଣ ପୁରୁଷ, ଜଣେ ମହିଳା ଏବଂ ଜଣେ ଶିଶୁ ଅଛନ୍ତି। ପୋଲିସ ଅଧିକାରୀ କହିଛନ୍ତି ଯେ ଗାଙ୍ଗଟକକୁ ନାଥୁଲାକୁ ସଂଯୋଗ କରୁଥିବା ଜବାହରଲାଲ ନେହେରୁ ରୋଡରେ ହିମ ସ୍ଖଳନ ଘଟିଛି।

ପୋଲିସର ସୂଚନାନୁସାରେ, ୧୫୦ରୁ ଅଧିକ ପର୍ଯ୍ୟଟକ ସେଠାରେ ଅଟକି ରହିଛନ୍ତି। ବରଫରେ ଫସି ରହିଥିବା ୩୦ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇ ଗାଙ୍ଗଟକର ଏସଟିଏନଏମ ହସ୍ପିଟାଲ ଏବଂ ସେଣ୍ଟ୍ରାଲ ରେଫରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବର୍ତ୍ତମାନ ସିକ୍କିମ ପୋଲିସ, ସିକ୍କିମର ଟ୍ରାଭେଲ ଏଜେଣ୍ଟସ ଆସୋସିଏଶନ, ପର୍ଯ୍ୟଟନ ବିଭାଗର ଅଧିକାରୀ ଏବଂ ଡ୍ରାଇଭରଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଚାଲିଛି।

ଚେକପୋଷ୍ଟର ଇନ୍ସପେକ୍ଟର ଜେନେରାଲ ସୋନମ ଟେନଜିଙ୍ଗ ଭୁଟିଆଙ୍କ ଅନୁଯାୟୀ, କେବଳ ୧୩ ମାଇଲ ପାଇଁ ପାସ ଜାରି କରାଯାଇଥାଏ, କିନ୍ତୁ ପର୍ଯ୍ୟଟକମାନେ ବିନା ଅନୁମତିରେ ୧୫ ମାଇଲ ଆଡକୁ ଯାଉଛନ୍ତି। ଏହି ଘଟଣା ୧୫ ମାଇଲରେ ଘଟିଛି।

ସୂଚନାଯୋଗ୍ୟ, ନାଥୁଲା ପାସ ଚାଇନା ସୀମାରେ ଅବସ୍ଥିତ ଏବଂ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଯୋଗୁ ଏହା ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri