ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣରେ ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।

ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସୁରକ୍ଷା ଓ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ଉପଲବ୍ଧତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସରକାର ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟବୀମା ପ୍ରଦାନ କରିବେ ବୋଲି ରାଜ୍ୟପାଳ କହିଛନ୍ତି । ଏପରିକି ଗର୍ଭବତୀଙ୍କୁ ପୁଷ୍ଟିକର ଆବଶ୍ୟକତା ପୂରଣ ପାଇଁ ଆର୍ଥିକ ସହାୟତା ମିଳିବ।

ଅନ୍ୟପକ୍ଷେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବ । ଏଥିସହ ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର କୁହାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି । ଏହାସହ ୨୦୩୦ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ସେ କହିଛନ୍ତି ।

ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ସରକାରର ପ୍ରାଥମିକତା ଅଟେ। ଯେଉଁ ପ୍ରତିଶ୍ରୁତି ସବୁ ଦିଆଯାଇଛି ତାହା ପୂରଣ କରାଯିବ। ସରକାର ଗଠନ ହେବା ମାତ୍ରେ କିଛି ପ୍ରତିଶ୍ରୁତି ପୂରଣ ହୋଇଛି।

ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଅସ୍ମିତା ପାଇଁ କାମ କରିବୁ। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ସ୍ବପ୍ନ ପୂରଣ କରିବା ଆମ ଲକ୍ଷ୍ୟ। କୃଷକ, ଶ୍ରମିକ, ଜନଜାତି, ଯୁବଶକ୍ତି, ଅନ୍ନ-ଦାତାଙ୍କୁ ଗୁରୁତ୍ତ୍ୱ ଦିଆଯିବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି। ଅନ୍ୟପଟେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବ । ଏଥିସହ ଉପକେନ୍ଦ୍ର ଓ ପ୍ରାଥମିକ ସୱାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର କୁହାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି ।ଏହାସହ ୨୦୩୦ ସୁଦ୍ଧା ଓଡିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri