୨୩ରେ ଆୟୁଷ୍ମାନ ଯୋଜନା

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଚଳିତ ବର୍ଷ ମଧ୍ୟ ସେବାପକ୍ଷ ପାଳନ କରାଯିବ। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଚଳିତ ମାସ ୧୭ରୁ ଆରମ୍ଭହୋଇ ଅକ୍ଟୋବର ୨ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରାଯିବ। ଏହି ସମୟ ମଧ୍ୟରେ ଭାଜପା କାର୍ଯ୍ୟକର୍ତ୍ତାମାନେ ବିଭିନ୍ନ ସେବା କାର୍ଯ୍ୟକରି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିବେ ବୋଲି ଦଳର ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିରଞ୍ଚି କହିଛନ୍ତି, ୧୬ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବା ସେବାପକ୍ଷରେ ବିଭନ୍ନ ସେବା କାର୍ଯ୍ୟ କରାଯିବ। ପ୍ରଥମ ଦିନ ଓ ଏହାର ପୂର୍ବଦିନ ଅର୍ଥାତ୍‌ ଆସନ୍ତା ୧୬ ଏବଂ ୧୭ରେ ସମାଜର ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିତ୍ୱମାନଙ୍କୁ ନେଇ ପ୍ରଧାନମନ୍ତ୍ରୀଙ୍କ ଜୀବନୀ, ଉଦ୍ଦେଶ୍ୟ ଓ ଦେଶର ପ୍ରଗତିରେ ତାଙ୍କ ଯୋଗଦାନ ଉପରେ ଆଲୋଚନାଚକ୍ର କରାଯିବ। ୧୭ରେ ଜିଲାସ୍ତରରେ ମୋଦିଙ୍କ କର୍ତ୍ତୃତ୍ୱ ଏବଂ ନେତୃତ୍ୱକୁ ନେଇ ଭିଡିଓ ଓ ଫଟୋଚିତ୍ର ପ୍ରଦର୍ଶନ କରାଯିବ। ୧୮ରୁ ୨୦ ପର୍ଯ୍ୟନ୍ତ ଯୁବମୋର୍ଚ୍ଚା ତରଫରୁ ସମସ୍ତ ବିଧାନସଭା କ୍ଷେତ୍ରରେ ରକ୍ତଦାନ ଶିବିର ଆୟୋଜନ କରାଯିବ। ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ କୃଷକ ମୋର୍ଚ୍ଚା ତରଫରୁ ସମସ୍ତ ଶକ୍ତିକେନ୍ଦ୍ର ସ୍ତରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ। ଆସନ୍ତା ୧୮ରୁ ୨୪ ଏବଂ ଅକ୍ଟୋବର ୨ରେ ମଣ୍ଡଳସ୍ତରରେ ଦଳ ଓ ସ୍ବଚ୍ଛ ଭାରତ ପ୍ରକୋଷ୍ଠ ତରଫରୁ ସମସ୍ତ ମନ୍ଦିର, ଧାର୍ମିକ ସ୍ଥଳ, ଜଳାଶୟ, ପୁଷ୍କରିଣୀ ଏବଂ ପାର୍କ ଆଦି ସ୍ଥାନରେ ସଫେଇ କରାଯିବ। ଚଳିତ ମାସ ୨୦ରେ ଓବିସି ମୋର୍ଚ୍ଚା ଏବଂ ସଂଖ୍ୟାଲଘୁ ମୋର୍ଚ୍ଚା, ୨୧ରେ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ପକ୍ଷରୁ ବ୍ଲକସ୍ତରରେ ବିଦ୍ୟାଳୟ, ଡାକ୍ତରଖାନା ପରିସରରେ ସ୍ବଚ୍ଛତା ଅଭିଯାନ ଆୟୋଜନ କରାଯିବ। ଏହାଛଡ଼ା ଆସନ୍ତା ୨୧ରେ ଆଇନ ପ୍ରକୋଷ୍ଠ, ଉଦ୍ୟୋଗ ପ୍ରକୋଷ୍ଠ, ବୃଦ୍ଧିଜୀବୀ, ଶିକ୍ଷକ ଓ ସ୍ବୟଂସହାୟକ ଗୋଷ୍ଠୀ ପକ୍ଷରୁ ଆର୍‌.ବାଲସୁବ୍ରମଣ୍ୟମଙ୍କ ଦ୍ୱାରା ଲିଖିତ ପୁସ୍ତକର ବିଷୟବସ୍ତୁ ଉପରେ ଆଲୋଚନା କରାଯିବ। ଚଳିତ ମାସ ୨୩ରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଅବସରରେ ବିଧାନସଭା ସ୍ତରରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ପାଇଁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯିବ। ଏମ୍‌ପି, ବିଧାୟକ, ଅନ୍ୟ ନିର୍ବାଚିତ ପ୍ରତିନିଧିମାନଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ବିରଞ୍ଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image