Categories: ଜାତୀୟ

ଆଜମ ଖାଁ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ରାତିରେ ନିମୋନିଆ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭତ୍ତି କରାଯାଇଥିଲା। ହେଲେ ଅବସ୍ଥା ଗୁରୁତର ହେବାରୁ ଗୁରୁବାର ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମେଦାନ୍ତର କ୍ରିଟିକାଲ କେୟାର ଟିମ୍‌ ଆଜମ ଖାଁଙ୍କ ଚିକିତ୍ସା କରୁଥିବା ଜଣାପଡ଼ିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Share